www.samajalive.in
Monday, December 8, 2025
24.1 C
Bhubaneswar

୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା, ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ ସମ୍ପନ୍ନ ହେବ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୭ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମନମୋହନ ସିଂହଙ୍କ ଶେଷ କୃତ୍ୟ ସମ୍ପନ୍ନ ହେବ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆସନ୍ତାକାଲି(ଶୁକ୍ରବାର) ସମସ୍ତ ସରକାରୀ କାର୍ଯ୍ୟକ୍ରମ ବାତିଲ ଘୋଷଣା କରାଯାଇଛି। ଆସନ୍ତାକାଲି(ଶୁକ୍ରବାର) ପୂର୍ବାହ୍ନ ୧୧ଟାରେ କେନ୍ଦ୍ର କ୍ୟାବିନେଟ ବୈଠକ ବସିବ ବୋଲି ସୂଚନା ଦିଆଯାଇଛି।

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ପରଲୋକ ହୋଇଯାଇଛି । ସେ ଦିଲ୍ଲୀ ଏମ୍‌‌ସର ଜରୁରୀକାଳୀନ ୱାର୍ଡରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ଆଜି ସନ୍ଧ୍ୟାରେ ଅଚାନକ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟ ଖରାପ ହେବାରୁ ତାଙ୍କୁ ଦିଲ୍ଲୀ ଏମ୍‌‌ସକୁ ନିଆଯାଇଥିଲା ଏବଂ ସେଠାରେ ଜରୁରୀକାଳୀନ ୱାର୍ଡରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ପରଲୋକ ହୋଇଥିବା ନେଇ ଏମ୍‌‌ସ ତରଫରୁ ବୁଲେଟିନ ଜାରି କରାଯାଇଛି। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ ବୋଲି ଏମ୍‌‌ସ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories