www.samajalive.in
Wednesday, December 10, 2025
14.1 C
Bhubaneswar

୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା, ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ ସମ୍ପନ୍ନ ହେବ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୭ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମନମୋହନ ସିଂହଙ୍କ ଶେଷ କୃତ୍ୟ ସମ୍ପନ୍ନ ହେବ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆସନ୍ତାକାଲି(ଶୁକ୍ରବାର) ସମସ୍ତ ସରକାରୀ କାର୍ଯ୍ୟକ୍ରମ ବାତିଲ ଘୋଷଣା କରାଯାଇଛି। ଆସନ୍ତାକାଲି(ଶୁକ୍ରବାର) ପୂର୍ବାହ୍ନ ୧୧ଟାରେ କେନ୍ଦ୍ର କ୍ୟାବିନେଟ ବୈଠକ ବସିବ ବୋଲି ସୂଚନା ଦିଆଯାଇଛି।

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ପରଲୋକ ହୋଇଯାଇଛି । ସେ ଦିଲ୍ଲୀ ଏମ୍‌‌ସର ଜରୁରୀକାଳୀନ ୱାର୍ଡରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ଆଜି ସନ୍ଧ୍ୟାରେ ଅଚାନକ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟ ଖରାପ ହେବାରୁ ତାଙ୍କୁ ଦିଲ୍ଲୀ ଏମ୍‌‌ସକୁ ନିଆଯାଇଥିଲା ଏବଂ ସେଠାରେ ଜରୁରୀକାଳୀନ ୱାର୍ଡରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ପରଲୋକ ହୋଇଥିବା ନେଇ ଏମ୍‌‌ସ ତରଫରୁ ବୁଲେଟିନ ଜାରି କରାଯାଇଛି। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ ବୋଲି ଏମ୍‌‌ସ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories