www.samajalive.in
Monday, December 15, 2025
14.1 C
Bhubaneswar

ପ୍ରବାସୀ ଓଡ଼ିଆମାନଙ୍କ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନୋଡାଲ ବିଭାଗ ଭାବେ କାର୍ଯ୍ୟ କରିବ, ସ୍ୱତନ୍ତ୍ର ଦାୟିତ୍ୱରେ ରହିବେ ଜଣେ ମନ୍ତ୍ରୀ

ଭୁବନେଶ୍ୱର: ଜନତା ମଇଦାନଠାରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦଯାପନୀ ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରବାସୀ ଓଡ଼ିଆମାନଙ୍କ ସହିତ ସ୍ୱତନ୍ତ୍ର ଭାବେ ଏକ ଆଲୋଚନା କାର୍ଯ୍ୟକ୍ରମର ଆୟୋଜନ କରିଥିଲେ । ଆଲୋଚନାରେ ପ୍ରବାସୀ ଓଡ଼ିଆମାନଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଦେଶ ମାଟିରେ ଆପଣମାନେ ଦୁଇ ଦେଶ ମଧ୍ୟରେ ସଂପର୍କର ସେତୁ ହୋଇପାରିଛନ୍ତି । ଆମ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାର କରୁଛନ୍ତି । ଆପଣମାନେ ପ୍ରବାସରେ ରହି ମଧ୍ୟ ଓଡ଼ିଶାର ବିକାଶ ଓ ଅସ୍ମିତାର ସୁରକ୍ଷା ବିଷୟରେ ଚିନ୍ତା କରୁଛନ୍ତି ଓ ସେ ଦିଗରେ କାମ ମଧ୍ୟ କରୁଛନ୍ତି ।

ସେ ଆହୁରି ମଧ୍ୟ କହିଥିଲେ ଯେ, ଆଜି ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ଆୟୋଜନ ଆମକୁ ଏକ ନୂଆ ଓଡ଼ିଶା, ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସଂକଳ୍ପର ଅବସର ଆଣିଦେଇଛି । ଏହି ସମ୍ମିଳନୀ ମାଧ୍ୟମରେ ଓଡ଼ିଶାର ବିକାଶ ପାଇଁ ଡବଲ ଇଞ୍ଜିନ୍ ସହ ତୃତୀୟ ଇଞ୍ଜିନ୍ ଭାବେ ପ୍ରବାସୀ ଇଞ୍ଜିନ୍ ଯୋଡ଼ି ହୋଇଛି । ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ, ଓଡ଼ିଶା ଏବେ ସମୃଦ୍ଧି ପଥରେ ଅଗ୍ରସର ହେବା ପାଇଁ ଯାତ୍ରା ଆରମ୍ଭ କରିସାରିଛି । ଆପଣମାନେ ବିଭିନ୍ନ ଦେଶରେ ରହୁଛନ୍ତି । ଆପଣମାନଙ୍କ ମଧ୍ୟରେ ସଫଳ ଶିଳ୍ପପତି, ପ୍ରଫେସନାଲ ଓ ଟେକ୍ନୋକ୍ରାଟମାନେ ମଧ୍ୟ ଅଛନ୍ତି । ଏ ଯାତ୍ରାରେ ଆପଣମାନେ ସାମିଲ ହେବା ଅତ୍ୟନ୍ତ ଜରୁରୀ ।

- Advertisement -

ଏହି ଅବସରରେ ପ୍ରବାସୀ ଓଡ଼ିଆମାନଙ୍କର ରହିଥିବା ବିଭିନ୍ନ ସମସ୍ୟା ଓ ସେମାନେ ଓଡ଼ିଶାର ବିକାଶ ପାଇଁ ଚାହୁଁଥିବା ବିଷୟଗୁଡ଼ିକ ମଧ୍ୟରେ ସମନ୍ୱୟ ରଖିବା ପାଇଁ ଓଡ଼ିଶାର ଜଣେ ମନ୍ତ୍ରୀ ସ୍ୱତନ୍ତ୍ର ଭାବେ ଦାୟିତ୍ୱରେ ରହିବେ । ପ୍ରବାସୀ ଓଡ଼ିଆମାନଙ୍କ ପାଇଁ ସ୍ୱତନ୍ତ୍ର ନୀତି ମଧ୍ୟ ପ୍ରଣୟନ କରାଯିବ । ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏହାର ନୋଡାଲ ବିଭାଗ ଭାବେ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, କେନ୍ଦ୍ର ସରକାରଙ୍କ ସହଯୋଗରେ ବର୍ତ୍ତମାନେ ଓଡ଼ିଶାରେ ବିମାନ ଚଳାଚଳ ସେବାରେ ବୃଦ୍ଧି ଘଟିଛି । ଆଗାମୀ ଦିନରେ କୁଏତ ଏବଂ କାତାର ଭଳି ଦେଶକୁ ମଧ୍ୟ ବିମାନ ଚଳାଚଳ ପାଇଁ ମଧ୍ୟ ଆମେ ବିଚାର କରୁଛୁ ।

କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କହିଲେ ଯେ, ଆମ ଦେଶର ସବୁଠାରୁ ବଡ଼ ସମ୍ପତ୍ତି ହେଉଛି ଆମ ବୌଦ୍ଧିକ ମାନବ ସମ୍ବଳ । ଆପଣମାନେ ହେଉଛନ୍ତି ତାହାର ଉଦାହରଣ । ଓଡ଼ିଆ ସମ୍ଭ୍ରମତା, ଓଡ଼ିଆ ସଂସ୍କୃତି, ଓଡ଼ିଆ ଜାତିର ଆପଣମାନେ ହେଉଛନ୍ତି ଜଣେ ଜଣେ ପ୍ରତୀକ । ଘରେ ପିଲାମାନଙ୍କୁ ଓଡ଼ିଆ ଭାଷା ଶିଖାଇବା ପାଇଁ ସେ ପ୍ରବାସୀ ଓଡ଼ିଆମାନଙ୍କୁ ଅନୁରୋଧ କରିଥିଲେ । ଓଡ଼ିଶାରେ ଜଙ୍ଗଲ, ବେଳାଭୂମି, ମନ୍ଦିର ପରି ପର୍ଯ୍ୟଟନର ସମସ୍ତ ସମ୍ଭାର ରହିଛି । ଓଡ଼ିଶାର ଏହି ପର୍ଯ୍ୟଟନ ସମ୍ଭାର ବିଷୟରେ ଆପଣମାନେ ବିଦେଶରେ ଜଣାନ୍ତୁ । ଚାକିରି କରିବା ବଦଳରେ ଚାକିରି ଦେବା ପଦ୍ଧତିକୁ ଆପଣେଇବା ପାଇଁ ସେ ଆହ୍ୱାନ ଦେଇଥିଲେ ।

ଏହି ଅବସରରେ ପ୍ରବାସରୁ ଆସିଥିବା ପ୍ରତିନିଧିମାନଙ୍କ ପକ୍ଷରୁ ଆମେରିକାର ଲୀନା ମିଶ୍ର, ଅଜୟ କେ.ମହାନ୍ତି, ଜାପାନରୁ କାଳୀପଦ ତ୍ରିପାଠୀ, ଯୁକ୍ତରାଜ୍ୟରୁ ସୁସ୍ମିତା ରାଜହଂସ, ବିଶ୍ୱଜିତ୍ ପ୍ରଧାନ, ସୁକାନ୍ତ ସାହୁ, ଦୁବାଇରୁ ଅନୀଲ ଦାସ ଓ ଶୀତଲ ଯୋଶୀ, ଅଷ୍ଟ୍ରେଲିଆରୁ ପ୍ରଭାତୀ ପାଣିଗ୍ରାହୀ ଓ ଅମିତାଭ ମହାପାତ୍ର, ଥାଇଲାଣ୍ଡରୁ ଡ. ବ୍ରହ୍ମଦତ୍ତ , ମାଲେସିଆରୁ ସ୍ନିଗ୍ଧା ମିଶ୍ର ପ୍ରଭୃତି ଓଡ଼ିଶାର ଏହି ସୁନ୍ଦର ଆୟୋଜନ ପାଇଁ ଧନ୍ୟବାଦ ଦେବା ସହିତ ସେମାନଙ୍କର ଅନୁଭୂତି ଓ ଅଭିଜ୍ଞତା ପ୍ରକାଶ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀ  କନକ ବର୍ଦ୍ଧନ ସିଂହଦେଓ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ. ମୁକେଶ ମହାଲିଙ୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଶିଳ୍ପ ମନ୍ତ୍ରୀ ଶ୍ରୀ ସଂପଦ ଚରଣ ସ୍ୱାଇଁ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ  ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ସତ୍ୟବ୍ରତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ସମସ୍ତଙ୍କୁ ସ୍ୱାଗତ କରିଥିଲେ ଏବଂ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories