www.samajalive.in
Sunday, December 7, 2025
23.1 C
Bhubaneswar

ଖାଉଟିଙ୍କୁ ୩୦ ଟଙ୍କାରେ ଆଳୁ ଦେବେ ସରକାର

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ କିଲୋଗ୍ରାମ ପ୍ରତି ଆଳୁ ୩୦ ଟଙ୍କାରେ ଖାଉଟିଙ୍କୁ ଦିଆଯିବ। ଆଲୋଚନାସତ୍ତ୍ବେ ପଶ୍ଚିମବଙ୍ଗଳୁ ଆଳୁ ଆସି ପାରୁନାହିଁ। ତେଣୁ ରାଜ୍ୟ ସରକାର ନାଫେଡ ଜରିଆରେ ଆଳୁ ଆଣିବେ। ଦିନକ ପରେ ରାଜ୍ୟକୁ ପର୍ଯ୍ୟାପ୍ତ ପରିମାଣର ଆଳୁ ଆସିଯିବ। ଉଚ୍ଚା ଦରରେ କିଣିଲେ ବି ଲୋକଙ୍କୁ ୩୦ଟଙ୍କାରେ ଆଳୁ ଦେବୁ। ଆଳୁ ଅଭାବ ରହିବନି, ଯେତେ ଆବଶ୍ୟକ ସେତେ ଅଣାଯିବ ବୋଲି ଦିଲ୍ଲୀରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି।

ରାଜ୍ୟରେ ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଣିକି ରାଜ୍ୟ ସରକାର ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ।

- Advertisement -

ଏହାଦ୍ୱାରା ଖାଉଟିମାନଙ୍କୁ ସୁଲଭ ଦରରେ ଆଳୁ ଉପଲବ୍ଧ କରାଇବା ସହ ରାଜ୍ୟରେ ଆଳୁ ସଙ୍କଟ ଦୂର ହୋଇପାରିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି। ଏଥି ପାଇଁ ପ୍ରଥମ ପର୍ଯ୍ୟାୟରେ ତିନି ଶହ ମେଟ୍ରିକ ଟନ ଆଳୁ ପାଇଁ ନାଫେଡ ମାଧ୍ୟମରେ ଅର୍ଡର ପ୍ରଦାନ କରାଯାଇଛି। ଏହା ଆସନ୍ତା ସପ୍ତାହକ ମଧ୍ୟରେ ରାଜ୍ୟରେ ଉପଲବ୍ଧ ହେବ।

ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି। ବିକ୍ରୟ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories