www.samajalive.in
Sunday, December 7, 2025
26.1 C
Bhubaneswar

୧୦୦ ଯକ୍ଷ୍ମା ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବେ ରାଜ୍ୟପାଳ

ଭୁବନେଶ୍ୱର: ୧୦୦ ଜଣ ଯକ୍ଷ୍ମା (ଟିବି) ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି। ସେମାନେ ଆରୋଗ୍ୟ ଲାଭ କରିବା ପର୍ଯ୍ୟନ୍ତ ପୋଷଣଯୁକ୍ତ ଖାଦ୍ୟ ପ୍ୟାକେଟ୍‌ ବଣ୍ଟନ କରାଯିବ। ଏନେଇ ରାଜଭବନ ପକ୍ଷରୁ ଆଗତ ପ୍ରସ୍ତାବକୁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମ୍ମତି ପ୍ରଦାନ କରିଛି।

ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଯକ୍ଷ୍ମା ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ ଲାଗି ରାଜ୍ୟପାଳଙ୍କ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ପ୍ରସ୍ତାବ ଦିଆଯାଇଥିଲା। ଏହାର ଉତ୍ତରରେ ସ୍ବାସ୍ଥ୍ୟ ବିଭାଗ ଶାସନ ସଚିବ ଅଶ୍ବଥୀ ଏସ୍‌ ରାଜ୍ୟପାଳଙ୍କ ଶାସନ ସଚିବ ରୂପା ରୋଶନ ସାହୁଙ୍କୁ ପତ୍ର ଲେଖି ଜଣାଇଛନ୍ତି ଯେ ଯକ୍ଷ୍ମାର ମୂଳୋତ୍ପାଟନ ଦିଗରେ ରାଜ୍ୟପାଳଙ୍କ ଆଗ୍ରହ ଅତ୍ୟନ୍ତ ସ୍ବାଗତଯୋଗ୍ୟ। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲାର ୧୦୦ ରୋଗୀଙ୍କୁ ଚିକିତ୍ସା ସମୟରେ ପୋଷଣଯୁକ୍ତ ଖାଦ୍ୟ ପ୍ୟାକେଟ ବଣ୍ଟନ କରାଯାଇ ପାରିବ। ଏଥିପାଇଁ ଖୋର୍ଦ୍ଧା ଜିଲାପାଳଙ୍କ ଆକାଉଣ୍ଟରେ ୪ ଲକ୍ଷ ୨୦ ହଜାର ଟଙ୍କା ଜମା କରାଯିବ। ଏହା ପରେ ଖାଦ୍ୟ ବଣ୍ଟନ ପାଇଁ ଏକ ସମୟ ଧାର୍ଯ୍ୟ କରାଯିବ ବୋଲି ସ୍ବାସ୍ଥ୍ୟ ସଚିବ ଜଣାଇଛନ୍ତି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories