www.samajalive.in
Sunday, December 7, 2025
23.1 C
Bhubaneswar

ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇନି, ଗୃହରେ ଉତ୍ତର ରଖିଲେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର

ଭୁବନେଶ୍ବର : ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇନି ବୋଲି ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର । ବିଧାନସଭାରେ ଆଜି ବିରୋଧୀ ଦଳ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଥିବା ଏବଂ ସରକାର ନିରବଦ୍ରଷ୍ଟା ସାଜିଥିବା ଅଭିଯୋଗ ଆଣିବା ସହ ଏହା ଉପରେ ଆଲୋଚନା ପାଇଁ ମୁଳତବୀ ନୋଟିସ୍‌ ଆଣିଥିଲେ। ବିରୋଧୀଙ୍କ ମୁଲତବୀ ନୋଟିସ୍‌କୁ ଗ୍ରହଣ କରି ବାଚସ୍ପତି ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ସ୍ପଷ୍ଟି କରଣ ରଖିବାକୁ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କୁ ନିର୍ଦେଶ ଦେଇଥିଲେ।

ତେବେ ବିରୋଧୀଙ୍କ ଅଭିଯୋଗର ଉତ୍ତର ଗୃହରେ ରଖି ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର କହିଥିଲେ ଯେ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇନି। କିଛି ଦିନ ତଳେ କଟକ ନୟାସଡ଼କସ୍ଥିତ ଆଇଆଇଏଫ୍ଏଲ୍ ନାମକ ଏକ ଫାଇନାନ୍ସ କଂପାନିରୁ ଲୁଟ୍‌ ଘଟଣା ସମ୍ପର୍କରେ କହି ମନ୍ତ୍ରୀ କହିଥିଲେ କି ଏହି ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଅଟକ ରଖାଯାଇଛି ଏବଂ ଲୁଟ୍‌ ସୁନା ମଧ୍ୟ ଉଦ୍ଧାର କରାଯାଇଛି। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଥିବା ଏବଂ ସରକାର ନିରବଦ୍ରଷ୍ଟା ସାଜିଥିବା ନେଇ ବିରୋଧୀ ଯେଉଁ ଅଭିଯୋଗ ଆଣିଛନ୍ତି ତାହା ଭିତ୍ତିହୀନ। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ ଓ ନିୟନ୍ତ୍ରଣାଧୀନ ଅଛି ବୋଲି ଗୃହରେ ଉତ୍ତର ରଖି ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର କହିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories