www.samajalive.in
Saturday, December 6, 2025
16.1 C
Bhubaneswar

କାଲିଠୁ ବିଧାନସଭା ମୌସୁମୀ ଅଧିବେଶନ: ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜି

ସମାଜ ଡିଜିଟାଲ ଡେସ୍କ: ଆସନ୍ତାକାଲିଠାରୁ ୧୭ତମ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୂର ଖୁରାନିଆ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ଏହା ସହ ଯେକୌଣସି ପରିସ୍ଥିତର ମୁକାବିଲା କରିବା ନିମନ୍ତେ ସଦାସର୍ବଦା ସତର୍କ ଓ ସଜାଗ ରହିବାକୁ ନିୟୋଜିତ ହୋଇଥିବା ସୁରକ୍ଷା ବାହିନୀକୁ ନିର୍ଦ୍ଦେଶ ଦେଇଛନ୍ତି ।

- Advertisement -

ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାରୁ ଏଥର ସରଗରମ ରହିବ ପୁରା ଅଧିବେଶନ । ବିଧାନସଭା ଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ପୁଲିସ କମିଶନରଙ୍କ ସହ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ଗୁଇନ୍ଦା ନିର୍ଦ୍ଦେଶକଙ୍କ ସହ ଆଇନଶୃଙ୍ଖଳା ଡିଜି ଉପସ୍ଥିତ ରହି ସୁରକ୍ଷା ଯାଞ୍ଚ କରିଥିଲେ । ବିଶେଷ କରି ଆନ୍ଦୋଳନକାରୀଙ୍କୁ ରୋକିବା ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି ଗ୍ରହଣ କରାଯାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories