ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବିରେ ଆସନ୍ତାକାଲି ଓଡିଶା ବନ୍ଦ ଡାକରା

ସକାଳ ୯ଟା ୩୦ ସୁଦ୍ଧା ଅଫିସ ଆସିବାକୁ କର୍ମଚାରୀଙ୍କୁ ପରାମର୍ଶ ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆସନ୍ତାକାଲି ନବନିର୍ମାଣ କୃଷକ ସଂଗଠନ ଏବଂ ବିଭିନ୍ନ ଛାତ୍ର ସଂଗଠନ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ମାମଲାରେ ଅପରାଧୀଙ୍କୁ ଧରିବାରେ ପୁଲିସର ବିଫଳତା ଓ ଆନ୍ଦୋଳନରତ ତାଙ୍କ ମା’ଙ୍କ ଉପରେ ପୁଲିସ୍‌ର ବର୍ବରତା ଆଚରଣ ପ୍ରତିବାଦରେ ଓଡ଼ିଶା ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା ଦେଇଛି। ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଏହି ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସ ପକ୍ଷରୁ ସପୂର୍ଣ୍ଣ ସମର୍ଥନ କରିବ ବୋଲି ପୂର୍ବରୁ ଘୋଷଣା କରାଯାଇଛି।

ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ଚିଠି ଲେଖାଯାଇଥିବାବେଳେ ସକାଳ ୯ଟା୩୦ ସୁଦ୍ଧା ଅଫିସ ଆସିବାକୁ କର୍ମଚାରୀଙ୍କୁ ପରାମର୍ଶ ଦିଆଯାଇଛି। ଦିନ ୧୦ଟା ୧୫ରେ ଲୋକସେବା ଭବନ ସମ୍ମୁଖ ଗେଟ ବନ୍ଦ ହେବାକୁ ଥିବାବେଳେ ଲୋକସେବା ଭବନକୁ ପ୍ରବେଶ ବେଳେ ଯାଞ୍ଚ କଡାକଡି ହେବ। ସେହିପରି ଲୋକସେବା ଭବନକୁ ଭିଜିଟର୍ସଙ୍କୁ ଅନୁମତି ମିଳିବ ନାହିଁ ବୋଲି କୁହାଯାଇଛି।
ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବିରେ ଦିଆଯାଇଥିବା ବନ୍ଦ ଡାକରାକୁ ବହୁ ସ୍କୁଲକଲେଜ ଛାତ୍ରଛାତ୍ରୀ ଓ କର୍ମଚାରୀ ସମର୍ଥନ ଜଣାଇଛନ୍ତି। ଏପରିକି ଅନେକ ଛାତ୍ର ସଂଗଠନ ଏଥିରେ ସାମିଲ ହେବା ନେଇ ଆଶା କରାଯାଉଛି।

Comments are closed.