www.samajalive.in
Saturday, December 6, 2025
19.1 C
Bhubaneswar

ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ

କଟକ : ବୁଧବାର ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଶପଥ ନେଲେ ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ। ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଗତ ୨ ତାରିଖରେ ଏନେଇ ଆଇନ୍ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କାଇଥିଲା। ଏହାପୂର୍ବରୁ ସେ ପାଟନା ହାଇକୋର୍ଟରେ ବିଚାରପତି ଥିଲେ। ୧୯୬୩ ଜାନୁଆରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ୍ ଶରଣ ସିଂ ଦିଲ୍ଲୀ ବିଶ୍ବ ବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ ୧୯୯୦ ଜାନୁଆରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ୍ ଭାବରେ ସେ ୨୨ ବର୍ଷ ଧରି କାର୍ଯ୍ୟ କରିଥିଲେ। ୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବରେ ନିଯୁକ୍ତି ପାଇଥିଲେ। ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ ୨୦୨୫ ଜାନୁଆରୀ ମାସରେ ଅବସର ନେବେ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories