www.samajalive.in
Saturday, December 6, 2025
23.1 C
Bhubaneswar

ସୁରକ୍ଷା ବଳୟରେ ବିଧାନସଭା: ଆଜିଠୁ ଦୁଇଦିନ ନୂଆ ବିଧାୟକଙ୍କ ଶପଥ ଗ୍ରହଣ

ଭୁବନେଶ୍ବର : ଆସନ୍ତା ୨୦ ତାରିଖରେ ବିଧାନସଭା ବାଚସ୍ପତି ନିର୍ବାଚନ ହେବ। ଏହାପୂର୍ବରୁ ଆଜି ଏବଂ ଆସନ୍ତାକାଲି(ବୁଧବାର) ଦୁଇ ଦିନ ଧରି ନୂଆ ବିଧାୟକ ଶପଥ ଗ୍ରହଣ କରିବେ। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରଥମେ ନୂଆ ବିଧାୟକଙ୍କୁ ଶପଥ ପାଠ କରାଇବେ। ଏହାପରେ ଜୁନ୍ ୨୦ ତାରିଖରେ ନୂଆ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ବିଧାନସଭା ସୁରକ୍ଷା ବ୍ୟବସ୍ଥାକୁ ସୋମବାର ଯାଞ୍ଚ କରିଛନ୍ତି ପୁଲିସ ମହାନିର୍ଦେଶକ (ଡିଜିପି) ଅରୁଣ ଷଡ଼ଙ୍ଗୀ। ଡିଜିପିଙ୍କ ସହ ଗୁଇନ୍ଦା ନିର୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ପୁଲିସ ଆୟୁକ୍ତ ସଞ୍ଜୀବ ପଣ୍ଡା, ଗୁଇନ୍ଦା ବିଭାଗ ଆଇଜି ଅନୁପ ସାହୁ ଓ ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଥିଲେ। ୩ ଥାକିଆ ସୁରକ୍ଷା ବଳୟ ସହ ବିଧାନସଭା ଓ ଆଖପାଖ ଅଞ୍ଚଳ ପୁଲିସ ଛାଉଣୀରେ ରହିବ। ୮ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଏସଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟକାରୀ ଦଳ, କ୍ୟୁଏଟି, ଡଗ ସ୍କ୍ୱାଡ, ଅଗ୍ନିଶମ ବିଭାଗ ସବୁ ଦିଗ ଉପରେ ତୀକ୍ଷ୍ଣ ନଜର ରଖିବେ। ପୁଲିସ ଉପାୟୁକ୍ତ ପ୍ରତୀକ ସିଂହ ଛୁଟିରେ ଥିବାରୁ ଆୟୁକ୍ତ ଶ୍ରୀ ପଣ୍ଡା ସୁରକ୍ଷା ଦାୟିତ୍ଵରେ ରହିବେ। ଲୋୟର ପିଏମଜିରେ ଏଥର ଧାରଣା ପାଇଁ ଅନୁମତି ମିଳିବ ନାହିଁ। ତଥାପି ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଲୋୟର ପିଏମଜି, ରବୀନ୍ଦ୍ର ମଣ୍ଡପ ଛକ ଓ ସଂଲଗ୍ନ ରାସ୍ତାରେ ସିସିଟିଭି ବ୍ୟବସ୍ଥା ହେବ। ସୁରକ୍ଷାକୁ ଅଧିକ କଡ଼ାକଡ଼ି କରିବା ପାଇଁ ଅସ୍ଥାୟୀ ନିୟନ୍ତ୍ରଣ କକ୍ଷ ବ୍ୟବସ୍ଥା କରାଯାଇଛି। ବିଧାନସଭା ଚାରିପଟେ ସଶସ୍ତ୍ର ସୁରକ୍ଷା ବାହିନୀ ଦିବାରାତ୍ର ଜଗିବେ। ବିଧାନସଭା ଛାତ ଉପରେ ରୁଫଟଫ୍‌ ପୁଲିସ ଜଗି ରହିବେ। ପ୍ରବେଶ ପଥରେ ଚେକ୍‌ପୋଷ୍ଟ କରାଯିବା ସହିତ ବିଧାନସଭାକୁ ସଂଯୋଗ କରୁଥିବା ରାସ୍ତାର ଦିଗ ପରିବର୍ତ୍ତନ କରାଯିବ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories