www.samajalive.in
Sunday, December 14, 2025
19.1 C
Bhubaneswar

ରାଜ୍ୟ ସରକାରଙ୍କୁ ଓଡ଼ିଶା କ୍ଷୁଦ୍ରଶିଳ୍ପ ନିଗମର ୧ କୋଟି ୪୦ ଲକ୍ଷ ଟଙ୍କା ଲାଭାଂଶ ପ୍ରଦାନ

ଭୁବନେଶ୍ବର: ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୨୦୧୮-୧୯ ବର୍ଷ ପାଇଁ ୧,୪୦,୨୭,୧୦୩ ଟଙ୍କା ଲାଭାଂଶ ବାବଦରେ ରାଜ୍ୟ ସରକାରଙ୍କୁ ପ୍ରଦାନ କରା ଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ର ଅଧ୍ୟକ୍ଷ ଶ୍ରୀ ଚିନ୍ମୟ ସାହୁ ଏହି ପରିମାଣର ଚେକ୍ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ପ୍ରଦାନ କରିଥିଲେ।

ସୂଚନା ଯୋଗ୍ୟ ଯେ ୨୦୧୮-୧୯ ବର୍ଷରେ ଓଡିଶା କ୍ଷଦ୍ରଶିଳ୍ପ ନିଗମ ସମସ୍ତ କର ପ୍ରଦାନ କରିବା ପରେ ୪,୬୭,୪୬,୯୯୬ ଟଙ୍କା ଲାଭ କରିଥିଲା। ତେଣୁ ରାଜ୍ୟ ସରକାରଙ୍କୁ ନିଗମ ୩୦ ପ୍ରତିଶତ ଲାଭାଂଶ ବାବଦରେ ୧,୪୦,୨୭,୧୦୩ ଟଙ୍କା ପ୍ରଦାନ କରିଛି। ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଖୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ଅଣୁ, ଖୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗର ପ୍ରମୁଖ ସଚବ ରଞ୍ଜନା ଚୋପ୍ରା ପ୍ରମୁଖ ଲୋକ ସେବା ଭବନରେ ଉପସ୍ଥିତ ଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories