www.samajalive.in
Saturday, December 6, 2025
26.1 C
Bhubaneswar

କନଷ୍ଟେବଳଙ୍କୁ ମାଡ ମାରି ଫେରାର ଥିବା ଅଭିଯୁକ୍ତ ଗିରଫ

କୋରାପୁଟ: କୋରାପୁଟ ନନ୍ଦପୁର ଥାନାରେ ଏଭଳି ଅଭାବନୀୟ ଘଟଣା ଘଟିଛି। କନଷ୍ଟେବଳଙ୍କୁ ମାଡ ମାରି ଦୁଇ ଅଭିଯୁକ୍ତ ଥାନାରୁ ଫେରାର ହୋଇଯାଇଛନ୍ତି। ନନ୍ଦପୁର ପୁଲିସ୍ ଦୁଇ ଅଭିଯୁକ୍ତଙ୍କ ମଧ୍ୟରୁ ଜଣଙ୍କୁ ଗିରଫ କରିଛି। ବିଲାପୁଟ ଗାଁ ଶ୍ଵଶୁର ଘରୁ ପୁଲିସ୍ ଅଭିଯୁକ୍ତକୁ ଗିରଫ କରିଥିବା ସୂଚନା ମିଳିଛି। ଅନ୍ୟ ଜଣେ ଅଭିଯୁକ୍ତ ଏବେବି ଫେରାର ରହିଛି। ସୂଚନା ଅନୁଯାୟୀ ନନ୍ଦପୁର ଦଳିତ ସାହିର ଉମେଶ ଗୁଣ୍ଠା କିଛି ଦିନ ତଳେ ଖିଳୁଆ ଗାଁର ଜଣେ ନାବାଳିକାଙ୍କୁ ଅପହରଣ କରିଥିଲା । ଏ ନେଇ ନାବାଳିକାଙ୍କ ବାପା ନନ୍ଦପୁର ଥାନାରେ ଏତଲା ଦେଇଥିଲେ। ଅଭିଯୋଗ କୁ ଆଧାର କରି ପୁଲିସ୍ ଘଟଣାରେ ସମ୍ପୃକ୍ତ ଥିବା ଦୁଇ ଅଭିଯୁକ୍ତ ଉମେଶ ଏବଂ ଏସ୍‌.କେ ସାଇନ୍‌ ଙ୍କୁ ଆଣି ପଚରାଉଚରା କରୁଥିଲା। ମାତ୍ର କୌଣସିମତେ ଉଭୟ ଥାନାରୁ ଫେରାର ହୋଇଯାଇଥିଲେ। ପୁଲିସ୍ ଆଜି ଜଣେ ଅଭିଯୁକ୍ତକୁ ଗିରଫ କରିଛି।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories