www.samajalive.in
Thursday, December 11, 2025
27.1 C
Bhubaneswar

ମେଣ୍ଢାଶାଳସ୍ଥିତ ପୁଲିସ ଆଉଟ ପୋଷ୍ଟ ‘ଶିଳ୍ପାଞ୍ଚଳ ପୁଲିସ ଷ୍ଟେସନ’ ଭାବେ ଉନ୍ନୀତ

ଭୁବନେଶ୍ବର: ଭୁବନେଶ୍ବର ସହରାଞ୍ଚଳ ପୋଲିସ ଜିଲ୍ଲା ମଧ୍ୟରେ ମେଣ୍ଢାଶାଳ ଅଞ୍ଚଳ ଏକ କ୍ରମବର୍ଦ୍ଧିଷ୍ଣୁ ଶିଳ୍ପାଞ୍ଚଳ ଭାବେ ଗଢିଉଠୁଛି । ସେହି ଅଞ୍ଚଳରେ ଆଇଆଇଆଇଟି, ନାଲକୋ, ଆର ଆଣ୍ଡ ଡି ସେଣ୍ଟର, ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି, ଜିଆଇଇଟି ପରି ଅନେକ ଜାତୀୟ ସ୍ତରର ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଓ ଶିଳ୍ପାନୁଷ୍ଠାନ ରହିଛି । ଏହାସହିତ ବଢୁଥିବା ଲୋକସଂଖ୍ୟା ଓ ଆବାସିକ କଲୋନୀକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଣ୍ଢାଶାଳରେ ଥିବା ପୁଲିସ ଆଉଟ ପୋଷ୍ଟକୁ ଏକ ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ ଭାବେ ଉନ୍ନୀତ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଏହି ନୂତନ ପୋଲିସ ଷ୍ଟେସନଟି ୧୫୦ ବର୍ଗ କିଲୋମିଟର ପରିମିତ ଏବଂ ଏକ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଅଞ୍ଚଳରେ ୪ଟି ଗ୍ରାମ ପଞ୍ଚାୟତ ଏବଂ ବିଏମସିର ଗୋଟିଏ ୱାର୍ଡକୁ ଆଂଶିକ ଭାବେ ନେଇ କାର୍ଯ୍ୟ କରିବ।

- Advertisement -

ଏଥିପାଇଁ ୩୪ଟି ନୂଆ ପଦବୀ ସୃଷ୍ଟି କରାଯିବ। ପୂର୍ବରୁ ଏହି ଆଉଟ ପୋଷ୍ଟରେ ୫ ଜଣ କର୍ମଚାରୀ ଅଛନ୍ତି ଏବଂ ୨ଟି ପଦବୀ ଏସ୍‌.ପି ପୋଲିସ ମୋଟର ଟ୍ରେନିଂ ସଂସ୍ଥାରୁ ନିୟୋଜିତ କରାଯିବ। ଏହିପରି ଏହି ଥାନାରେ ସମୁଦାୟ ୪୧ ଜଣ ଅଧିକାରୀ ଓ କର୍ମଚାରୀ ରହିବେ । ଏହି ୩୪ଟି ନୂତନ ପଦବୀ ଗୁଡିକ ହେଉଛି – ଗୋଟିଏ ଇନ୍‌ସପେକ୍ଟର, ୪ଟି ସବ୍‌ଇନ୍‌ସିପେକ୍ଟର, ୬ଟି ଏଏସଆଇ, ୨ଟି ହାବିଲଦାର ଓ ୨୧ଟି କନେଷ୍ଟବଳ । ପୂର୍ବରୁ ଥିବା ୫ଟି ପଦବୀ ହେଉଛି – ଗୋଟିଏ ସବ୍‌ଇନ୍‌ସପେକ୍ଟର ଓ ୪ଟି କନେଷ୍ଟବଳ ।

Hot this week

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

Related Articles

Popular Categories