www.samajalive.in
Monday, December 8, 2025
27.1 C
Bhubaneswar

ଦିଲ୍ଲୀ ରାଜପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ଆଜି ସାରା ଦେଶ ୭୨ତମ ଗଣତନ୍ତ୍ର ଦିବସ ପାଳନ କରୁଛି। ଏହି ଅବସରରେ ଦିଲ୍ଲୀ ରାଜପଥରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ୍’ରେ ଅଭିବାଦନ ଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଦେଶର ବହୁ କେନ୍ଦ୍ରମନ୍ତ୍ରୀ ଓ ଗଣମାନ୍ୟ ବ୍ୟକ୍ତି ସାମିଲ ହୋଇଛନ୍ତି।

- Advertisement -

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ଯୁଦ୍ଧ ସ୍ମାରକୀରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସେହି ସମୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ୩ ସେନାର ମୁଖ୍ୟ ଉପସ୍ଥିତ ରହିଥିଲେ। ଜାତୀୟ ଯୁଦ୍ଧ ସ୍ମାରକୀରେ ଥିବା ସେରିମନିଆଲ୍‌ ପୁସ୍ତିକା‌ରେ ପ୍ରଧାନମନ୍ତ୍ରୀ ସ୍ୱାକ୍ଷର କରିଛନ୍ତି। ୭୨ତମ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଗଣତନ୍ତ୍ର ଦିବସ ଉପଲକ୍ଷେ ଦେଶବାସୀଙ୍କୁ ଅନେକ ଅନେକ ଶୁଭକାମନା…ଜୟ ହିନ୍ଦ ବୋଲି ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି।

ଗୃହମନ୍ତ୍ରୀ ଅମିତ ଶାହ ଟ୍ୱିଟ୍ କରି ଗଣତନ୍ତ୍ର ଦିବସ ଭାରତର ବିବିଦ୍ଧତା ଓ ସାଂସ୍କୃତିକ ସଦଭାବନାର ପ୍ରତୀକ ବୋଲି କହିଛନ୍ତି। ସେ କହିଛନ୍ତି, ଯେଉଁମାନଙ୍କ ବଳିଦାନରେ ୧୯୫୦ ଆଜିର ଦିନରେ ସମ୍ବିଧାନ ଲାଗୁ ହୋଇଛି ସେମାନଙ୍କୁ ଶତ ଶତ ପ୍ରଣାମ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories