www.samajalive.in
Friday, December 12, 2025
14.1 C
Bhubaneswar

ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡ଼ଖଣ୍ଡର ଖୁଣ୍ଟି ଠାରେ ଆୟୋଜିତ ହେବାକୁ ଥିବା ଏକ ସମାରୋହରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିବେ। କେନ୍ଦ୍ର ସରକାରଙ୍କ ବିଭିନ୍ନ ଫ୍ଲାଗଶିପ୍ ଯୋଜନାର ଶତପ୍ରତିଶତ ଲାଭ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ଲାଗି ପ୍ରଧାନମନ୍ତ୍ରୀ ଲଗାତାର ପ୍ରୟାସ କରି ଆସୁଛନ୍ତି। ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସରକାରୀ ଯୋଜନାର ସୁଫଳ ଯେପରି ସବୁ ହିତାଧିକାରୀଙ୍କୁ ମିଳିପାରିବ ସେଥିପ୍ରତି ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଛନ୍ତି।

ଯୋଜନାର ଶତପ୍ରତିଶତ ପ୍ରସାର ଲକ୍ଷ୍ୟ ହାସଲ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ଆଜି ତୃତୀୟ ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ଶ୍ରୀ ମୋଦୀ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ର ଶୁଭାରମ୍ଭ କରିବେ। ସ୍ୱଚ୍ଛତା ସୁବିଧା, ଜରୁରି ଆର୍ଥିକ ସେବା, ବିଦ୍ୟୁତ ସଂଯୋଗ, ଏଲପିଜି ସିଲିଣ୍ଡର ଯୋଗାଣ, ଗରିବଙ୍କୁ ପକ୍କା ଆବାସ, ଖାଦ୍ୟ ସୁରକ୍ଷା, ଉପଯୁକ୍ତ ପୁଷ୍ଟିସାଧନ, ଭରସାଯୋଗ୍ୟ ସ୍ୱାସ୍ଥ୍ୟସେବା, ସ୍ୱଚ୍ଛ ପାନୀୟ ଜଳ ଆଦି ବିଭିନ୍ନ କଲ୍ୟାଣମୂଳକ ଯୋଜନା ଓ କାର୍ୟ୍ୟକ୍ରମ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏବଂ ହିତାଧିକାରୀଙ୍କୁ ଏସବୁ ଯୋଜନାର ଅଧିକରୁ ଅଧିକ ଲାଭ ଯୋଗାଇ ଦେବା ନିମନ୍ତେ ଜନସମ୍ପର୍କ ସ୍ଥାପନ ଲାଗି ଯାତ୍ରାରେ ଗୁରୁତ୍ୱ ଦିଆଯିବ। ଯାତ୍ରା ଆୟୋଜନ ସମୟରେ ସଂଗ୍ରହ କରାଯାଇଥିବା ବିବରଣୀ ଆଧାରରେ ସମ୍ଭାବ୍ୟ ହିତାଧିକାରୀଙ୍କ ପଞ୍ଜୀକରଣ କରାଯିବ ।

- Advertisement -

‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ ଉପଲକ୍ଷେ ପ୍ରଧାନମନ୍ତ୍ରୀ ଝାଡ଼ଖଣ୍ଡର ଖୁଣ୍ଟିରୁ ଆଇଇସି (ସୂଚନା, ଶିକ୍ଷା ଓ ଯୋଗାଯୋଗ) ବାହନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ଅଧିକ ଆଦିବାସୀ ବହୁଳ ଜନସଂଖ୍ୟା ଥିବା ଜିଲ୍ଲାରୁ ପ୍ରାରମ୍ଭିକ ପର୍ୟ୍ୟାୟରେ ଯାତ୍ରା ଆରମ୍ଭ ହେବ ଏବଂ ୨୫ ଜାନୁଆରୀ ୨୦୨୪ ସୁଦ୍ଧା ଦେଶର ସବୁ ଜିଲ୍ଲାରେ ଯାତ୍ରା ପହଞ୍ଚିବ।

ସକାଳ ପ୍ରାୟ ସାଢ଼େ ୯ଟାରେ ପ୍ରଧାନମନ୍ତ୍ରୀ ରାଞ୍ଚିସ୍ଥିତ ଭଗବାନ ବିର୍ସା ମୁଣ୍ଡା ସ୍ମାରକୀ ଉଦ୍ୟାନ ତଥା ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ ପରିଦର୍ଶନ କରିବେ। ଏହାପରେ ସେ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନ ଉଲିହାଟୁ ଗ୍ରାମରେ ପହଞ୍ଚି ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ। ଶ୍ରୀ ମୋଦୀ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନ ଉଲିହାଟୁ ଗାଁକୁ ଗସ୍ତ କରିବେ। ଏହାପରେ ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଖୁଣ୍ଟିଠାରେ ତୃତୀୟ ଜନଜାତୀୟ ଗୌରବ ଦିବସ, ୨୦୨୩ ପାଳନ ଅବସରରେ ଆୟୋଜିତ କାର୍ୟ୍ୟକ୍ରମରେ ଯୋଗଦେବେ। ଏହି କାର୍ୟ୍ୟକ୍ରମରେ ସେ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ ଏବଂ ‘ପିଏମ୍ ପିଭିଟିଜି ମିଶନର ଶୁଭାରମ୍ଭ କରିବେ। ସେ ପିଏମ-କିଷାନର ୧୫ତମ କିସ୍ତି ମଧ୍ୟ ପ୍ରଦାନ କରିବେ ଏବଂ ଝାଡ଼ଖଣ୍ଡରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ତଥା ଶିଳାନ୍ୟାସ କରିବେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories