www.samajalive.in
Saturday, December 6, 2025
14.1 C
Bhubaneswar

ଜିରୋ ନାଇଟ୍‌ ସେଲିବ୍ରେସନ୍ ଉପରେ ରୋକ ଲଗାଇଲେ ରାଜ୍ୟ ସରକାର

ଭୁବନେଶ୍ବର : ରାଜ୍ୟର କୌଣସି ସ୍ଥାନରେ ହେବନି ଜିରୋ ନାଇଟ୍ ସେଲିବ୍ରେସନ୍‌। କରୋନା ପାଇଁ ଜିରୋ ନାଇଟ୍‌କୁ ବାରଣ କରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ରାଜ୍ୟ ସରକାର ଜିରୋ ନାଇଟ ସେଲିବ୍ରେସନ ନ କରିବା ପାଇଁ ନିର୍ଦ୍ଦେଶ ଜାରି କରିଥିବା ବେଳେ ଏନେଇ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ତରଫରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଏହି ନିର୍ଦ୍ଦେଶନାମା ଅନୁସାରେ ରାଜ୍ୟରେ ଡିସେମ୍ବର ୩୧ ଓ ଜାନୁଆରି ୧ ତାରିଖରେ ସର୍ବସାଧାରଣ ସ୍ଥଳରେ ଲୋକଙ୍କର ଭିଡ଼ ଉପରେ ରାଜ୍ୟ ସରକାର କଟକଣା ଲଗାଇଛନ୍ତି। ହୋଟେଲ, ରେଷ୍ଟୁରାଣ୍ଟ, କ୍ଲବ, ପାର୍କରେ ମଧ୍ୟ ଜନସମାଗମକୁ ମନା କରାଯାଇଛି। କନ୍‌ଭେନ୍‌ସନ ହଲ ଓ କଲ୍ୟାଣ ମଣ୍ଡପରେ ମଧ୍ୟ ଲୋକଙ୍କର ଗହଳି ହୋଇପାରିବ ନାହିଁ ବୋଲି ଏହି ନିର୍ଦ୍ଦେଶନାମାରେ କୁହାଯାଇଛି।

- Advertisement -

ଡିସେମ୍ବର ୩୧ ଓ ଜାନୁଆରି ୧ ତାରିଖରେ ଯଦି କୌଣସି ସ୍ଥାନରେ ରାଜ୍ୟ ସରକାରଙ୍କ ଏହି ନିର୍ଦେଶନାମାକୁ ବେଖାତିର କରାଯାଏ ତେବେ ମହାମାରୀ ଆଇନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ସରକାରଙ୍କ ନିର୍ଦେଶନାମାରେ କୁହାଯାଇଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories