www.samajalive.in
Friday, December 12, 2025
26.1 C
Bhubaneswar

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

ଭୁବନେଶ୍ୱର: କଟକ (ରାସ୍ତା ଓ ଗୃହନିର୍ମାଣ) ସର୍କଲର ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ଦୁର୍ନୀତି ଓ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ କରାଯାଇଅଛି । ୧୦ କୋଟି ଟଙ୍କାରୁ ଅଧିକ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶ୍ରୀ ରଥଙ୍କୁ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ୦୬. ୦୮. ୨୦୨୪ ରେ ଗିରଫ କରାଯାଇଥିଲା। ସେହିଦିନ  ଭିଜିଲାନ୍ସ ସ୍ୱତନ୍ତ୍ର ଜଜ୍‌ଙ୍କ ଅଦାଲତଙ୍କ ଆଦେଶମତେ ତାଙ୍କୁ ୧୭.୦୮.୨୦୨୪ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ।

ଦୁର୍ନୀତି ମାମଲାର ତଦନ୍ତ ଜାରି ଥିବାରୁ ଏବଂ ଶ୍ରୀ ରଥ ୪୮ ଘଣ୍ଟାରୁ ଅଧିକ ନ୍ୟାୟିକ କାରାବାସରେ ରହିଥିବାରୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ପୂର୍ତ୍ତ ବିଭାଗ ତରଫରୁ ଶ୍ରୀ ରଥଙ୍କ ନିଲମ୍ବନ ନିର୍ଦ୍ଦେଶନାମା ଜାରି କରାଯାଇଛି ।

- Advertisement -

ଅନ୍ୟପକ୍ଷରେ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଯନ୍ତ୍ରୀମୁଖ୍ୟ (ସିଭିଲ୍‌), ଭୁବନେଶ୍ୱରଙ୍କ କାର୍ଯ୍ୟାଳୟକୁ ଶ୍ରୀରଥଙ୍କ ସଦର ମହକୁମା ସ୍ଥିର କରାଯାଇଛି । ନିଲମ୍ବନ ଅବଧିରେ ସେ ଯନ୍ତ୍ରୀମୁଖ୍ୟ (ସିଭିଲ୍‌), ଭୁବନେଶ୍ୱରଙ୍କ ପ୍ରାକ ଅନୁମତି ବିନା ସଦର ମହକୁମା ଛାଡ଼ିପାରିବେ ନାହିଁ ବୋଲି ଆଦେଶରେ ଉଲ୍ଲେଖ ରହିଛି ।

ଏଠାରେ ସୂଚନାଯୋଗ୍ୟ ଯେ ବର୍ତ୍ତମାନ ରାଜ୍ୟ ସରକାର ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅଧିକ କଡ଼ାକଡ଼ି ଭାବେ ଆପଣେଇଛନ୍ତି । ଦୁର୍ନୀତିରେ ସମ୍ପୃକ୍ତ ବ୍ୟକ୍ତି ଯେତେ ବଡ଼ ଅଧିକାରୀ ହୋଇଥାନ୍ତୁ ପଛେ ତାଙ୍କ ବିରୋଧରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories