www.samajalive.in
Tuesday, December 9, 2025
15.1 C
Bhubaneswar

ସୂଚନା ଅଧିକାର କର୍ମୀଙ୍କ ଉପରେ ଆକ୍ରମଣ ପଛରେ ଥାର୍ଡ଼ ଫ୍ଲୋରର ଭୂମିକା ଅଛି – ବିରୋଧୀ

ବିଜେପି କର୍ମୀ ତଥା ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହେରାଙ୍କ ଉପରେ ମରଣାନ୍ତକ ଆକ୍ରମଣ ଘଟଣାକୁ ନେଇ ଆଜି ବିଧାନସଭାରେ ବିରୋଧୀ ଦଳଗୁଡିକ ଏହା ପଛରେ ଥାର୍ଡ଼ ଫ୍ଲୋରର ସମ୍ମତି ଥିବା ଅଭିଯୋଗ କରିଛନ୍ତି। ଏହି ପ୍ରସଙ୍ଗ ଉତଥାପନ କରି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ପୀଡିତଙ୍କ ପରିବାରକୁ ସୁରକ୍ଷା ପ୍ରଦାନ କରିବା ସହ ଦୋଷୀମାନଙ୍କ ବିରୁଦ୍ଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।

ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ଶ୍ରୀ ନାଏକ କହିଥିଲେ ଯେ, ବେଆଇନ କାରନାମାରେ ସାମିଲ ଥିବା ଅସାମାଜିକ ତତ୍ୱମାନେ ହିଁ ତାଙ୍କ ଉପରେ ଆକ୍ରମଣ କରିଛନ୍ତି। ଡଙ୍କାରି ପାହାଡ, ପିଡିଏସ ଦୁର୍ନୀତି, ଇନ୍ଦିରା ଆବାସ ଦୁର୍ନୀତି, ମାମୁ ଭଣଜା ଘାଇ ମାମଲାରେ ଦୋଷୀ ଲୋକମାନେ ହିଁ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ଏହି ସମସ୍ତ ଦୁର୍ନୀତି ସମ୍ପର୍କରେ ସେ ସ୍ୱର ଉଠାଉଥିଲେ। ଶାସକ ଦଳ, ମୁଖ୍ୟମନ୍ତ୍ରୀ ଓ ତୃତୀୟ ମହଲାର ନିର୍ଦ୍ଦେଶ ବିନା ଏଭଳି ଆକ୍ରମଣ କରାଯାଇ ପାରିବ ନାହିଁ ବୋଲି ସେ କହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories