www.samajalive.in
Saturday, December 6, 2025
14.1 C
Bhubaneswar

ଭାରସାମ୍ୟ ହରାଇ ଦୋକାନ ଭିତରେ ପଶିଲା ଟ୍ରେଲର, ଦୁଇ ଗୁରୁତର

ପାଟଣା: କେନ୍ଦୁଝର ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ତୁରୁମୁଙ୍ଗା ବଜାରରେ ଭାରସାମ୍ୟ ହରାଇ ଏକ ଟ୍ରେଲର ଜଳଖିଆ ଦୋକାନ ମଧ୍ୟକୁ ପଶିଯାଇଛି। ଫଳରେ ଦୋକାନଟି ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି। ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ କରାଯାଇଛି। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରେଲର ଚାଳକ ଫେରାର ହୋଇଯାଇଛି। ତୁରୁମୁଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories