www.samajalive.in
Friday, December 5, 2025
23.1 C
Bhubaneswar

ପୋଲ ତଳକୁ ଖସିପଡିଲା ଆନ୍ଧ୍ର ଟ୍ରକ, ଡ୍ରାଇଭର ଓ ହେଲପର ମୃତ

କଳାବାଡିଆ: ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଛି ମାଲବାହୀ ଆନ୍ଧ୍ର ଟ୍ରକ। ଗାଡିଟି ପୋଲ ତଳକୁ ଖସି ପଡିବା ଫଳରେ ଘଟଣା ସ୍ଥଳରେ ଡ୍ରାଇଭର ଓ ହେଲପରଙ୍କ ମୃତ୍ୟୁ ହୋଇଛି। ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ମୟୂରଭଞ୍ଜ ବାଙ୍ଗିରପୋଷି ଥାନା ଜଗନ୍ନାଥ ଖୁଣ୍ଟା ଗାଁ ନିକଟରେ।
ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ବାରିପଦାରୁ ଝାରପୋଖରିଆ ଅଭିମୁଖେ ଯାଉଥିବା ଏକ ଟ୍ରକ ଜାତୀୟ ରାଜପଥର ଜଗନ୍ନାଥଖୁଣ୍ଟା ନିକଟରେ ଭାରସାମ୍ୟ ହରାଇ ସୁବର୍ଣ୍ଣରେଖା ମୁଖ୍ୟ କେନାଲ ଉପରେ ନିର୍ମିତ ପୋଲ ତଳକୁ ଖସି ପଡ଼ିଥିଲା। ନଦୀରେ ପାଣି ନଥିବାରୁ ପଥରରେ ପିଟି ହୋଇ ଡ୍ରାଇଭର ଓ ହେଲପରଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡ଼ି ନଥିବାବେଳେ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଦୁର୍ଘଟଣା ଘଟିଥାଇପାରେ ବୋଲି ସନ୍ଦେହ କରାଯାଉଛି । ଖବର ପାଇ ବାଙ୍ଗିରିପୋଷି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଚାଳକ ଓ ହେଲପରଙ୍କ ମୃତଦେହକୁ ଟ୍ରକ୍ ଭିତରୁ ଉଦ୍ଧାର କରିଥିଲେ। ତେବେ ମୃତ ୨ ଜଣ ଶ୍ରୀକାକୁଲମ ଅଞ୍ଚଳର ହୋଇଥିବା ଜଣାପଡ଼ିଛି ।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories