www.samajalive.in
Saturday, December 6, 2025
26.1 C
Bhubaneswar

ପୋଲ ତଳକୁ ଖସିପଡିଲା ଆନ୍ଧ୍ର ଟ୍ରକ, ଡ୍ରାଇଭର ଓ ହେଲପର ମୃତ

କଳାବାଡିଆ: ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଛି ମାଲବାହୀ ଆନ୍ଧ୍ର ଟ୍ରକ। ଗାଡିଟି ପୋଲ ତଳକୁ ଖସି ପଡିବା ଫଳରେ ଘଟଣା ସ୍ଥଳରେ ଡ୍ରାଇଭର ଓ ହେଲପରଙ୍କ ମୃତ୍ୟୁ ହୋଇଛି। ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ମୟୂରଭଞ୍ଜ ବାଙ୍ଗିରପୋଷି ଥାନା ଜଗନ୍ନାଥ ଖୁଣ୍ଟା ଗାଁ ନିକଟରେ।
ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ବାରିପଦାରୁ ଝାରପୋଖରିଆ ଅଭିମୁଖେ ଯାଉଥିବା ଏକ ଟ୍ରକ ଜାତୀୟ ରାଜପଥର ଜଗନ୍ନାଥଖୁଣ୍ଟା ନିକଟରେ ଭାରସାମ୍ୟ ହରାଇ ସୁବର୍ଣ୍ଣରେଖା ମୁଖ୍ୟ କେନାଲ ଉପରେ ନିର୍ମିତ ପୋଲ ତଳକୁ ଖସି ପଡ଼ିଥିଲା। ନଦୀରେ ପାଣି ନଥିବାରୁ ପଥରରେ ପିଟି ହୋଇ ଡ୍ରାଇଭର ଓ ହେଲପରଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡ଼ି ନଥିବାବେଳେ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଦୁର୍ଘଟଣା ଘଟିଥାଇପାରେ ବୋଲି ସନ୍ଦେହ କରାଯାଉଛି । ଖବର ପାଇ ବାଙ୍ଗିରିପୋଷି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଚାଳକ ଓ ହେଲପରଙ୍କ ମୃତଦେହକୁ ଟ୍ରକ୍ ଭିତରୁ ଉଦ୍ଧାର କରିଥିଲେ। ତେବେ ମୃତ ୨ ଜଣ ଶ୍ରୀକାକୁଲମ ଅଞ୍ଚଳର ହୋଇଥିବା ଜଣାପଡ଼ିଛି ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories