www.samajalive.in
Friday, December 12, 2025
19.1 C
Bhubaneswar

ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ

ଭୁବନେଶ୍ୱର:  ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷ ରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ 15 ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଏଥିପାଇଁ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ଓ ଚିଠି ମାଧ୍ୟମ ରେ ଅନୁରୋଧ କରିଛନ୍ତି।

ସୂଚନା ଯୋଗ୍ୟ ଯେ, ଚଳିତ ମାସ ୧୫ ତାରିଖରେ ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଜୀଙ୍କ ଦ୍ୱାରା ଦେଶରେ 10ଟି ନୂତନ ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ହେଉଛି। ତନ୍ମଧ୍ୟରୁ ଓଡିଶା ମଧ୍ୟରେ 3ଟି ଟ୍ରେନ ଚଳାଚଳ କରିବ । ଏହି ଟ୍ରେନ ଗୁଡିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ,ରାଉରକେଲା-ହାୱଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ । କେନ୍ଦ୍ର ରେଳମନ୍ତ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ଷ୍ଟେସନଠାରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି।

- Advertisement -

ସୂଚନା ଯୋଗ୍ୟ ଯେ, ବର୍ତ୍ତମାନ ଓଡିଶା ମଧ୍ୟରେ ୩ଟି ବନ୍ଦେ ଭାରତ ଟ୍ରେନ ଚଳାଚଳ କରୁଛି। ନୂତନ 3 ଟି ଟ୍ରେନ ମିଶିଲେ ସମୁଦାୟ 6ଟି ବନ୍ଦେ ଭାରତ ଟ୍ରେନ ଓଡିଶାବାସୀଙ୍କୁ ସେବା ଯୋଗାଇବ। ଚଳିତ ବର୍ଷ ବଜେଟରେ ଓଡିଶା ରେଳ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ରେକର୍ଡ ୧୦, ୫୮୬ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗେଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୪, ୪୩୪ କୋଟି ଟଙ୍କାର ରେଳ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରିରହିଛି । ଏଥିରୁ, ଓଡିଶାର ରେଳ ଭିତ୍ତିଭୂମି ଓ ଗମନାଗମନ ବ୍ୟବସ୍ଥାର ଉନ୍ନତିକରଣ ପାଇଁ କେନ୍ଦ୍ର ସରକାରଙ୍କ ଆନ୍ତରିକ ସମର୍ଥନ ସ୍ପଷ୍ଟ ଅନୁମେୟ।

ମୁଖ୍ୟମନ୍ତ୍ରୀ ମାଝୀ ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବଙ୍କୁ ଏହି ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories