www.samajalive.in
Wednesday, December 10, 2025
26.1 C
Bhubaneswar

ନିର୍ଦ୍ଧାରିତ ସମୟର ମାସେ ପୂର୍ବରୁ ସରିଲା ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ବର : ନିର୍ଦ୍ଧାରିତ ସମୟର ମାସେ ପୂର୍ବରୁ ସରିଲା ବିଧାନସଭାର ଶୀତକାଳୀନ ଅଧିବେଶନ।  ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର।

ଆଜି ବିଧାନସଭାରେ ‘ପରୀ’ ହତ୍ୟା ମାମଲାକୁ ନେଇ ବିରୋଧି ବିଜେପି ଗୃହ ମଧ୍ୟରେ ହଟ୍ଟଗୋଳ କରିଥିଲେ। ଏହାପରେ ବାଚସ୍ପତି ଗୃହକୁ ଅପରାହ୍ନ ୩ ଟା ଯାଏଁ ମୁଲତବୀ ଘୋଷଣା କରିଥିଲେ। ଏହାପରେ ଗୃହରେ ହଟ୍ଟଗୋଳ ମଧ୍ୟରେ ପାରିତ ହେଲା ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍। ୧୧ ହଜାର ୭୦୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେଲା । ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବା ସମୟରେ ଗୃହରେ ଉପସ୍ଥିତ ନଥିଲେ ବିରୋଧି ବିଜେପିର ସଭ୍ୟ।

- Advertisement -

ଗୃହରେ ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବାପରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବି ନେଇ ଆସିଲା ପ୍ରସ୍ତାବ। ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ପ୍ରସ୍ତାବକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏବଂ ବିଜେଡି ବିଧାୟକ ଅମର ଶତପଥି ମଧ୍ୟ ସମର୍ଥନ କରିଥିଲେ। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ପ୍ରସ୍ତାବକୁ ଘୋର ବିରୋଧ କରିଥିଲେ । ତାରା ପ୍ରସାଦ ବାହିନୀପତି କହିଥିଲେ ଗୃହରେ ଆହୁରୀ ଅନେକ ପ୍ରସଙ୍ଗ ଆଲୋଚନା ହେବାରେ ବାକିଥିଲା ଗୃହକୁ ଏପରି ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା ଠିକ ନୁହେଁ ବୋଲି କହିଛନ୍ତି।

Hot this week

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

Related Articles

Popular Categories