www.samajalive.in
Saturday, December 6, 2025
23.1 C
Bhubaneswar

ବଡ ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇ ମୃତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଜରାସିଂହା ପୁରୁଣା ସାହିରେ ଅଭାବନୀୟ ଘଟଣା ଘଟିଛି। ବଡ ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇର ମୃତ୍ୟୁ ଘଟିଛି। ମୃତକ ଗଦା ନାୟକ ବୋଲି ଜଣାପଡିଛି। ସୂଚନା ଅନୁସାରେ ମଙ୍ଗଳବାର ଗଦା ଗାଁ ନିକଟରେ ଥିବା ଏକ ରାଇସ୍ ମିଲ୍‌ରୁ କାମ ସାରି ଘରକୁ ଫେରିଥିଲେ। ପରେ କୌଣସି ପାରିବାରିକ ସମସ୍ୟାକୁ ନେଇ ତାଙ୍କ ବଡ ଭାଇ ବିରଞ୍ଚିଙ୍କ ସହ ବଚସା ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ବିରଞ୍ଚି ଏକ ଟାଙ୍ଗିଆରେ ଗଦାଙ୍କୁ ହାଣି ହତ୍ୟା କରିଥିଲେ। ସକାଳୁ ଗଦାଙ୍କ ସ୍ତ୍ରୀ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ପରେ ପୁଲିସ୍ ଖବର ପାଇ ଘଟଣାସ୍ଥଳକୁ ଆସି ଅଧିକ ତଦନ୍ତ ଜାରି ରଖିଛି। ସେପଟେ ଅଭିଯୁକ୍ତ ହତ୍ୟା କରିବା ପରେ ଫେରାର ହୋଇଯାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories