www.samajalive.in
Saturday, December 6, 2025
15.1 C
Bhubaneswar

ରାଜ୍ୟରେ ୪ଦିନ ବର୍ଷା ସମ୍ଭାବନା

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। ପ୍ରାୟ ସ୍ଥାନରେ ପାଗ ମେଘୁଆ ରହିବା ସହ ୧୫ଟି ଅଞ୍ଚଳରେ ବର୍ଷା ହୋଇଛି। ଆଗାମୀ ୪ଦିନ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାର କିଛି ସ୍ଥାନ‌ରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆଗାମୀ ୩ ଦିନ ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ଘନ କୁହୁଡ଼ି ଦେଖାଦେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଉପକୂଳବର୍ତ୍ତୀ କିଛି ଅଞ୍ଚଳରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।  ରବିବାର ସକାଳେ ବଲାଙ୍ଗୀର, ଅନୁଗୋଳ, ନୟାଗଡ଼, ଢେଙ୍କାନାଳ, ଖୋର୍ଦ୍ଧା ଏବଂ ଫୁଲବାଣୀରେ ଘନକୁହୁଡ଼ି ଦୃଶ୍ୟମାନ ହୋଇଛି। ସୋମବାର ସକାଳେ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ଦେବଗଡ, ଭଦ୍ରକ, ପୁରୀ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, କଳାହାଣ୍ଡି ଏବଂ ବଲାଙ୍ଗୀର ଜିଲାର କେତେକ ଅଞ୍ଚଳରେ ଘନ କୁହୁଡି ଦେଖାଦେଇଛି।  ଏସବୁ ଜିଲ୍ଲା ଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories