BJD Bijuli 480×75 Mob

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ କାଳବୈଶାଖୀ ସମ୍ଭାବନା

୨୨ ଜିଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ୫ ଜିଲାକୁ ୟେଲୋ ଓ୍ଵାର୍ଣ୍ଣିଂ

BJD Bijuli 480×75 Mob

ଭୁବନେଶ୍ଵର : ସମଗ୍ର ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ସହ କୁଆପଥର ବର୍ଷା ଓ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ପ୍ରବଳବର୍ଷା ସହ ବିଜୁଳି ଓ ଘଡଘଡି ହେବାର ଆଶଙ୍କା ରହିଛି ।  ଏହାକୁ ଦୃଷ୍ଟିରେ ରଖି ଆଜି ଅପରାହ୍ଣରେ ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶିତ ଏକ ସତର୍କ ସୂଚନାରେ ରାଜ୍ୟର ୨୨ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୫ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ରାଜ୍ୟର କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ଘଡ଼ଘଡ଼ି, ବିଜୁଳି ସାଙ୍ଗକୁ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଯାହାକୁ ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି କରିଛ ପାଣିପାଗ ବିଭାଗ

ସେହିପରି ଏହି ସମୟରେ ରାଜ୍ୟର ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ଘଡ଼ଘଡ଼ି, ବିଜୁଳି ସାଙ୍ଗକୁ କୁଆପଥର ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Comments are closed.