ଭୁବନେଶ୍ଵର : ରାଜ୍ୟର କେତେକ ଜିଲାରେ ଗତକାଲି ଠାରୁ କାଳବୈଶାଖୀ ପ୍ରଭାବରେ ବର୍ଷା ଲାଗିରହିଛି । ପବନ, ଘଡଘହି ସହ ପ୍ରବଳ ବର୍ଷା ଜନଜୀବନ ପ୍ରଭାବିତ ହେଉଛି । ଏହାରି ମଧ୍ୟରେ ଆହୁରୀ ୩ ଦିନ ଅର୍ଥାତ ୨୮ ତାରିଖ ଯାଏଁ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ଲାଗିରହିବ ବୋଲି ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ପାଣିପାଗ ବିଭାଗର ସୂଚନା ଅନୂସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ଵଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଖୋର୍ଦ୍ଧା ଓ ଝାରସୁଗୁଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଆଗାମୀ ୩ ଦିନ ଯାଏଁ ପାଗ କୋହଲା ରହିବା ସହ ବର୍ଷା ଭଳି ସ୍ଥିତି ଜାରି ରହିବ ।



