www.samajalive.in
Monday, December 15, 2025
17.1 C
Bhubaneswar

ଏଥର ୮ ଦିନ ପାଇଁ ବାଲିଯାତ୍ରା

ଡେସ୍କ : କଟକର ଐତିହାସିକ ବାଲିଯାତ୍ରା ଏଥର ୮ ଦିନ ପାଇଁ ଅନୁଷ୍ଠିତ ହେବ। ଆସନ୍ତା ନଭେମ୍ବର ୨୭ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୪ ତାରିଖରେ ଶେଷ ହେବା  ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବାଲିଯାତ୍ରା ପ୍ରସ୍ତୁତି ନେଇ ଶୁକ୍ରବାର ଆଭାସୀ ମାଧ୍ୟମରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାିିଛି । ଏଥିରେ ଚଳିତବର୍ଷ ୮ ଦିନ ପାଇଁ ବାଲିଯାତ୍ରା ଆୟୋଜନ କରିବାକୁ ନିଷ୍ପତ୍ତି ହୋଇଛି। ବୈଠକରେ ବାଲିଯାତ୍ରା ସହ ସମ୍ପୃକ୍ତ ସମସ୍ତ କାର୍ଯ୍ୟ ଅନୁପାଳନ ପୂର୍ବକ ସମ୍ପାଦନ କରିବା ସହ ପ୍ରତ୍ୟେକ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ଶ୍ରୀ ସାହୁ ପରାମର୍ଶ ଦେଇଛନ୍ତି । ଏହା ସହ ରାସ୍ତାଘାଟ ମରାମତି, ବାଲିଯାତ୍ରା ପଡିଆର ଭିତ୍ତିଭୂମି, ପାନୀୟ ଜଳ ଯୋଗାଣ, ପଲିଶ୍ରୀ ମେଳାର ଆୟୋଜନ ବିଷୟରେ ବୈଠକରେ ଆଲୋଚନା ହୋଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories