www.samajalive.in
Wednesday, December 10, 2025
14.1 C
Bhubaneswar

ଏବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ, ପରେଡରେ ଭାଗ ନେବେ ୪୦ଟି କଣ୍ଟିଜେଣ୍ଟ 

ଭୁବନେଶ୍ୱର : ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।

- Advertisement -

ଏହି ଅବସରରେ ଜିଲ୍ଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାଧୀନତା ଦିବସ ଆମର ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ତେଣୁ ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।

ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂହ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂହ, ଗୃହ ବିଭାଗର ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ଓ କଟକ-ଭୁବନେଶ୍ବରର ପୁଲିସ କମିଶନର ସଂଜୀବ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories