www.samajalive.in
Monday, December 8, 2025
13.1 C
Bhubaneswar

ଗୋରୁ ବୋଝେଇ ପିକଅପ୍ ଭ୍ୟାନ ଦୁର୍ଘଟଣା, ଗୋଟିଏ ବଳଦ ସହିତ ଜଣେ ମୃତ

ଠାକୁରମୁଣ୍ଡା: ଗୋରୁ ବୋଝେଇ ପିକଅପ୍ ଭ୍ୟାନ ଦୁର୍ଘଟଣା ଘଟିବାରୁ ଗୋଟିଏ ବଳଦ ସହିତ ଜଣଙ୍କ ମୃତ୍ୟୁ ହୋଇଛି। ଘଟଣା ସ୍ଥଳରେ ଚାପା ଉତ୍ତେଜନା ଲାଗିରହିଛି। ଠାକୁରମୁଣ୍ଡା ଠାରୁ ୩ କିମି ଦୂର ନଂ୫୩ ରାଜ୍ୟ ରାଜପଥ ରାସ୍ତା ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ଜୁଆଳିକଟା ଛକ ନିକଟରେ ଆଜି ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବେଆଇନ ଭାବରେ ଗୋରୁ ବୋଝେଇ କରି ନେଉଥିବା ଏକ ପିକଅପ୍ ଭ୍ୟାନ ଓଲଟି ପଡ଼ିଥିଲା। ଫଳରେ ପିକଅପ୍‌ ଭ୍ୟାନର ହେଲପରଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ଗୋଟିଏ ବଳଦର ମଧ୍ୟ ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଥିଲା। ଏହାସହିତ କେତେକ ଗୋରୁ ଆହତ ହୋଉଥିବାର ଜଣା ଯାଇଛି। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ପିକଅପ୍‌ ଭ୍ୟାନର ଡ୍ରାଇଭର ଫେରାର ହୋଇ ଯାଇଥିଲା।

ସୂଚନା ଅନୁଯାୟୀ ଠାକୁରମୁଣ୍ଡା ପଟୁ ଏକ ପିକଅପ୍‌ ପ୍ରାୟ ୧୨/୧୩ ଟି ଗୋରୁ ବୋଝେଇ ମୀତ କରଞ୍ଜିଆ ଆଡକୁ ଯାଉଥିଲା। ଜୁଆଳିକଟା ଛକ ନିକଟରେ ଭ୍ୟାନଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଖବର ପାଇ ଘଟଣାସ୍ଥଳରେ ଠାକୁରମୁଣ୍ଡା ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ହେଲପରଙ୍କୁ ଉଦ୍ଧାର କରି ଠାକୁରମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

- Advertisement -

ଦୁର୍ଘଟଣାରେ ଆହତ ଗୋରୁଙ୍କ ଚିକିତ୍ସା ପାଇଁ ଘଟଣାସ୍ଥଳକୁ ପ୍ରାଣୀ ଚିକିତ୍ସାଳୟର ଆମ୍ବୁଲାନ୍ସ ଯାଇ ଚିକିତ୍ସା କରୁଛି। ଅନ୍ୟପଟେ ଠାକୁରମୁଣ୍ଡା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories