www.samajalive.in
Monday, December 8, 2025
20.1 C
Bhubaneswar

ଷ୍ଟେରଲାଇଟ୍‍ କାରଖାନା ବିରୋଧୀ ବିକ୍ଷୋଭରେ ମୃତାହତଙ୍କ ପରିବାର ସଦସ୍ୟଙ୍କୁ ସରକାରୀ ନିଯୁକ୍ତି

ଚେନ୍ନଇ : ତାମିଲନାଡ଼ୁର ଟୁଟିକୋରିନ୍‍ସ୍ଥିତ ଷ୍ଟେରଲାଇଟ୍‍ ତମ୍ବା କାରଖାନା ବିରୋଧୀ ଶୋଭାଯାତ୍ରାରେ ପୁଲିସ ଗୁଳିରେ ମୃତାହତ ୧୯ଜଣ ବିକ୍ଷୋଭକାରୀଙ୍କ ପରିବାରର ଜଣେ ଲେଖାଏଁ ସଦସ୍ୟଙ୍କୁ ମୁଖ୍ୟମନ୍ତ୍ରୀ କେ. ପଲାନିସ୍ୱାମୀ ଗୁରୁବାର ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ କରିଛନ୍ତି। ଏଥିମଧ୍ୟରେ ୧୦ଜଣ ନିହତ ଓ ୯ଜଣ ଗୁରୁତର ଆହତଙ୍କ ପରିବାରର ଜଣେ ଲେଖାଏଁ ସଦସ୍ୟ ଅଛନ୍ତି। ମେ ୨୨ରେ ହୋଇଥିବା ଏହି ଅଘଟଣ ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଏଥିପାଇଁ ପ୍ରତିଶ୍ରୁତି ଦେଇଥିଲେ। ସମ୍ପୃକ୍ତ ୧୯ଜଣଙ୍କୁ ମୁଖ୍ୟମନ୍ତ୍ରୀ ଗୁରୁବାର ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ସେମାନେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ସମାଜ ମଙ୍ଗଳ ଓ ପୁଷ୍ଟିକର ଖାଦ୍ୟ ଯୋଜନା ବିଭାଗରେ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ମୃତକଙ୍କ ପରିବାରକୁ ରାଜ୍ୟ ସରକାର ୨୦ଲକ୍ଷ ଓ ଗୁରୁତର ଆହତଙ୍କ ପରିବାରକୁ ୫ଲକ୍ଷ ଲେଖାଏଁ କ୍ଷତିପୂରଣ ରାଶି ପ୍ରଦାନ କରିଥିଲେ। ଉଲ୍ଲେଖଯୋଗ୍ୟ ଯେ ଏହି ଘଟଣାରେ ମୋଟ ୧୩ଜଣ ପ୍ରାଣ ହରାଇଥିଲେ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories