www.samajalive.in
Saturday, December 6, 2025
15.1 C
Bhubaneswar

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ

ସମାଜ ଡିଜିଟାଲ ଡେସ୍କ: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ଜଣ ମାଓବାଦୀ । ଘଟଣାସ୍ଥଳରୁ ତିନୋଟି ବନ୍ଧୁକ ସହ ବହୁ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଛତିଶଗଡ ସୁକମା ଚିନ୍ତାଗୁଫା ଜଙ୍ଗଲରେ ଏକତ୍ରିତ ହୋଇ ସୁରକ୍ଷାକର୍ମୀଙ୍କୁ ନିଶାନା କରିବାକୁ ଯୋଜନା କରୁଥିଲେ ମାଓବାଦୀ । ଏହି ଖବର ପାଇବା ପରେ ଡିଆରଜି ଓ ସିଆରପିଏଫ୍‌ ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ପ୍ରାୟ ୨ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହୋଇଥିଲା । ଏହା ପରେ ନକ୍ସଲମାନେ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଥିଲେ । ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜୋରଦାର ହୋଇଥିବା ସୁକୁମା ଏସପି ସୂଚନା ଦେଇଛନ୍ତି ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories