www.samajalive.in
Saturday, December 6, 2025
16.1 C
Bhubaneswar

ଲୁହା ବୋଝେଇ ପିକଅପ୍‌ ଭ୍ୟାନ ସହ ତିନି ଯୁବକ ଗିରଫ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ରେ ଅଭାବନୀୟ ଘଟଣା ଘଟିଛି। ଏକ ଲୁହା ବୋଝେଇ ପିକଅପ୍ ଭ୍ୟାନ୍ ଜବତ ସହ ୩ ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସୂଚନା ଅନୁଯାୟୀ ଶନିବାର ପୁଲିସ୍ ପାଟ୍ରୋଲିଂ କରୁଥିବା ବେଳେ ଏକ ପିକଅପ୍ ଭ୍ୟାନରେ ଲୁହା ବୋଝେଇ ହୋଇଯାଉଥିବା ଗାଡିକୁ ଅଟକାଇଥିଲେ । ଘଟଣା ସ୍ଥଳରୁ ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଥିବାବେଳେ ତିନି ଜଣ ଯୁବକଙ୍କୁ ପୁଲିସ୍ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ମାନେ କାଶୀନାଥ ସାହୁ, ବିଜୟ କୁମାର ବରାଳ ଓ ବିଭୁତି ଭୂଷଣ ଲେଙ୍କା ବୋଲି ଜଣାପଡିଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories