www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ: ୬ ମୃତ

ଭୁବନେଶ୍ବର : ରାଜ୍ୟରେ ବିଭିନ୍ନ ସ୍ଥାନାରେ ବଜ୍ରାଘାତରେ ବୁଧାବାର ୬ ଜଣଙ୍କ ମୃତ୍ୟୁ ଘଟିଛି। ସୁନ୍ଦରଗଡ଼ ଜିଲା ଧରୁଆଡିହି ଗାଁରେ ୨ଜଣ ଯୁବକଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଥିବା ଜଣାପଡ଼ିଛି।  ସେମାନେ କେନ୍ଦୁପତ୍ର ତୋଳିବାକୁ ଯାଇ ବର୍ଷା ହେବାରୁ ଗଛମୂଳେ ଛିଡ଼ା ହୋଇଥିବା ସମୟରେ ବଜ୍ରାଘାତର ଶିକାର ହୋଇଥିଲେ।

ସେହିପରି ବଜ୍ରାଘାତରେ କଣ୍ଟାବାଞ୍ଜି କୋରୁଆମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଶରଗୁଳ ଗ୍ରାମର ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ବଟକରି ଗ୍ରାମରେ ମଇଁଷି ଚରାଇବାକୁ ଯାଇଥିବା ଜଣେ ବାଳକର ମୃତ୍ୟୁ ଘଟିଛି।

- Advertisement -

କେନ୍ଦୁଝର ଜିଲା କଣ୍ଡ୍ରାପଶି ଗାଁରେ ଗୋରୁ ଚରାଉ ଥିବାବେଳେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ସେହିପରୁ ଜଗତସିଂହପୁର ଜିଲା ବାଲିକୁଦା ଥାନାଅନ୍ତର୍ଗତ ଅପଣ୍ଡରାର ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories