୭ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ୭ଟି ଜିଲାରେ ବୁଧବାର ଅପରାହ୍ନ ୨ଟା ଯାଏ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ୭ଟି ଜିଲା ଗୁଡ଼ିକ ହେଲେ ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ଖୋର୍ଦ୍ଧା, ନୟାଗଡ଼ ।

ସୂଚନା ଅନୁସାରେ ଲଘୁଚାପ ଏବେ ଓଡ଼ିଶାପଶ୍ଚିମ ବଙ୍ଗ ଉପକୂଳରେ ରହିଛି ତେବେ ବଙ୍ଗୋପସାଗରର ଦକ୍ଷିଣ ପଶ୍ଚିମ ଦିଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଫଳରେ ମୌସୁମି ବାୟୁ ବର୍ତ୍ତମାନ ଗୁଜୁରାଟ, ମଧ୍ୟପ୍ରଦେଶ ଏବଂ ଓଡ଼ିଶାର ଝାରସୁଗୁଡ଼ା ଦେଇ ବଙ୍ଗୋପସାଗରରେ ଥିବା ଲଘୁଚାପ ଆଡ଼କୁ ଗତି କରୁଛି ଏହାର ପ୍ରଭାବରେ ଦୁଇଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ଆଉ ଦୁଇଦିନ ପର୍ଯ୍ୟନ୍ତ କିଛି ଜିଲାରେ ପ୍ରବଳ ବର୍ଷା ହେବ ବୁଧବାର ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହି ଜିଲାପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି କୋରାପୁଟ, କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛିଗୁରୁବାର ଦିନ ସୁନ୍ଦରଗଡ଼, କେନ୍ଦୁଝର, ନୂଆପଡ଼ା, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ଯାଜପୁର, ମୟୂରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି

Comments are closed.