ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଇବା ସହ ଗରମ ଅନୁଭୂତ ହେଉଛି। ଆଗାମୀ ଦୁଇ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ବୁଧବାର ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କାଳବୈଶାଖୀ ପ୍ରଭାବରେ ଉତ୍ତର ଓଡିଶା ଓ ପଶ୍ଚିମ ଓଡିଶାର କେତେକ ସ୍ଥାନରେ ବର୍ଷା ହେବ ବୋଲି କୁହାଯାଇଛି। ଗତ ଦୁଇ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବଢିବାରେ ଲାଗିଛି।
ଆସନ୍ତାକାଲିରୁ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା
Popular Categories



