ଭୁବନେଶ୍ବର : ରାଜ୍ୟର କିଛି ଜିଲାରେ ମଙ୍ଗଳବାର ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ପବନ ବହିବ ବୋଲି ମଧ୍ୟ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୪ଟି ଜିଲା ପାଇଁ ଦିନ ୧୨ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଜିଲା ଗୁଡିକ ହେଉଛି – ମାଲକାନଗିରି, କୋରାପୁଟ, ରାୟଗଡା ଓ ଗଜପତି।



