ଭୁବନେଶ୍ୱର: ଉତ୍ତର ଛତିଶଗଡ଼ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ ମଧ୍ୟପ୍ରବେଶ ଉପରେ ଲଘୁଚାପ ସକ୍ରିୟ ରହିଛି। ଓଡ଼ିଶା ଉପରୁ ଲଘୁଚାପ ପ୍ରଭାବ ଦୂର ହୋଇଛି; କିନ୍ତୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି।
Popular Categories



