୮ଟି ଜିଲାରେ କାଳବୈଶାଖୀ ଆଶଙ୍କା
ଭୁବନେଶ୍ବର : ଅପରାହ୍ଣ ୩ଟା ପର ଠାରୁ ସନ୍ଧ୍ୟା ୬ଟା ମଧ୍ୟରେ ଆଜି (ବୁଧବାର) ରାଜ୍ୟର ୮ଟି ଜିଳାରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ରାଜ୍ୟର ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ନୟାଗଡ଼, କନ୍ଧମାଳ,କୋରାପୁଟ ଓ ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଏହି କାଳବୈଶାଖୀ ପ୍ରଭାବ ଦେଖାଦେବ। ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।
ଅନ୍ୟପକ୍ଷରେ ରାଜ୍ୟରେ ଆଜି ମଧ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତର ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼ ଓ ଭଦ୍ରକ ଜିଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖାଦେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
Comments are closed.