ମେଷ: ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳ ଯାତ୍ରା ନ କରିବା ଭଲ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାରାଦିନ ସତର୍କରେ ଚଳିବେ।
ବୃଷ: ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳ ଯାତ୍ରା ନ କରିବା ଭଲ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାରାଦିନ ସତର୍କରେ ଚଳିବେ।
ମିଥୁନ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଶକ୍ତିକୁ ସୀମିତ କରିପାରନ୍ତି। ଭ୍ରାତୃତ୍ବର ବନ୍ଧନ ନିବିଡ଼ ହେବ। ଆୟୁଷ୍ମାନ୍ ହେବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ।
କର୍କଟ: କର୍ମ ଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ପତ୍ନୀଙ୍କ ପରାମର୍ଶ ଗ୍ରହଣୀୟ ହେବ।
ସିଂହ: ଉଦାର ଚେତା ହୋଇପାରନ୍ତି। ଦାନଧର୍ମରେ ସଦାସର୍ବଦା ଲିପ୍ତ ରହିବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ଅଛି।
କନ୍ୟା: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ହେବେ।
ତୁଳା: ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷା, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ପ୍ରେମପୂର୍ଣ୍ଣ ହେବ। ସୁଖୀ ହେବେ।
ବିଛା: ଆୟ ପରିମାଣ ବୃଦ୍ଧି ପାଇପାରେ। ଶ୍ରୀଚନ୍ଦ୍ର ଭୋଗ ହେତୁ ପଙ୍କ୍ତି ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ରହିବେ। ମାଲମୋକଦମାରେ ବିଜୟୀ ହେବେ। ଧନଲାଭ ହେବ।
ଧନୁ: ଏକାନ୍ତ ସାଧନାରେ ସିଦ୍ଧିପ୍ରାପ୍ତ ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ଜ୍ଞାନୀ ହେବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।
ମକର: ଆୟୁଷ୍ମାନ୍ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ସନ୍ତାନମାନେ ଗୁଣୀ ଓ ସମ୍ପତ୍ତିବାନ୍ ହେବେ। କରିତ୍କର୍ମା ହେବେ।
କୁମ୍ଭ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ରହିବ। କର୍ମୀ ହେବେ।
ମୀନ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ଗୁରୁବାର ରାଶିଫଳ (୨୪.୦୮.୨୦୨୩)
Popular Categories



