bjd gruha runa

ଗୁରୁବାର ରାଶିଫଳ (୨ ନଭେମ୍ବର ୨୦୨୩)

BJD Bijuli 480×75 Mob

ମେଷ: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।
ବୃଷ: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ। ଧନାଗମ ହେବ।
ମିଥୁନ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ମହନୀୟ ପଦପଦବୀ ମିଳିପାରେ। କର୍ମଠ ହେବେ।
କର୍କଟ: କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।
ସିଂହ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

https://samajalive.in/ex-speaker-maheswar-mohanty-is-critical/509324.html
କନ୍ୟା: ମନ ପ୍ରସନ୍ନ ରହିବ। କୁଳ ଉଦ୍ଧାରକ ହୋଇପାରନ୍ତି। ଆୟୁଷ୍ମାନ୍‌ ହେବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହଭାବ ରହିବ।
ତୁଳା: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବିଛା: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ପର ଦୁଃଖରେ ଦୁଃଖୀ ହେବେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ସାରାଦିନ ସର୍ତକରେ ଚଳିବେ।
ଧନୁ: ବଡ଼ ପଦପଦବୀ ଓ ଅର୍ଥ ମୋହ ପରିତ୍ୟାଗ କରି ସମାଜସେବାରେ ନିଜକୁ ସାମିଲ କରିବାର ସୂଚନା ମିଳୁଛି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସେବା ଭାବନାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ସୁସ୍ଥ ରହିବେ।
ମକର: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଦୁଃଖୀ, ରଙ୍କୀଙ୍କୁ ସହାୟତା ପ୍ରଦାନ କରି ମାନସ୍କାମନା ପୂରଣ କରିପାରନ୍ତି।
କୁମ୍ଭ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ରମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ପ୍ରବାହିତ ରହିବ। ଧାର୍ମିକ ଓ ତେଜସ୍ବୀ ହେବେ।
ମୀନ: ଉଦାର ପ୍ରକୃତିର ହେବେ। ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରା ନ କରିବା ଭଲ। କର୍ମତତ୍ପର ହେବେ।

Comments are closed.