ଗୁରୁବାର ରାଶିଫଳ ୦୧.୦୭.୨୦୨୧

ମେଷ: କର୍ମଚଞ୍ଚଳ ରହିବେ। ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ଏକାନ୍ତରେ କିଛି ସମୟ ବିତାଇ ପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରି ପାରନ୍ତି। ମଧୁର କଥାରେ ପରକୁ ଆପଣାର କରିବେ।
ବୃଷ: ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରୋଗ ରହିବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମ ଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତିର ସୁଯୋଗ ଅଛି।
ମିଥୁନ: ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହୋଇପାରନ୍ତି। ଶରୀର ସୁସ୍ଥ ରହିବ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ରହିବ।
କର୍କଟ: ସେବକ ମନୋଭାବର ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ ଓ ବିଳାସୀ ହେବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ବିତାଇ ପାରନ୍ତି। ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ସିଂହ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ପ୍ରତିହିଂସା ପରାୟଣ ହେବେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସାମାନ୍ୟ ଆଘାତ ଲାଗିପାରେ।
କନ୍ୟା: ବନ୍ଧୁମେଳରେ ସମୟ କଟାଇ ପାରନ୍ତି। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ବ୍ୟବସାୟ ଲାଭଜନକ ହେବ। ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତି ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ସୁଖପ୍ରଦ ହେବ।
ତୁଳା: ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହୋଇପାରନ୍ତିି। ସୁଖୀ ହେବେ।
ବିଛା: ଆୟ ବୃଦ୍ଧିର ସୁଯୋଗ ସୃଷ୍ଟି ହୋଇଛି। କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ସମ୍ମାନ ବୃଦ୍ଧି ହେବ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ପକ୍ଷରୁ ଆସିବ। ବ୍ୟବସାୟ ଲାଭଦାୟକ ହେବ।
ଧନୁ: ଉଦାର ପ୍ରକୃତିର ହେବେ। ଦାନଶୀଳ ଓ ପରୋପକାରୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତ୍ର ଉପରେ ଅଧିକ ଧ୍ୟାନ ଦେବେ। ପ୍ରେମୀ ଓ ବୁଦ୍ଧିମାନ ହୋଇପାରନ୍ତି।
ମକର: କର୍ମକ୍ଷେତ୍ର ଉତ୍ସାହଜନକ ହେବ। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡାରେ ସାମାନ୍ୟ କ୍ଲେଶର ସୂଚନା ମିଳୁଛି। ଭ୍ରାତୃଭାବ ଅତୁଟ ରହିବ। ପ୍ରେମୀ ଓ ସାହସୀ ହେବେ।
କୁମ୍ଭ: ନିରଳସ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିବ। ବ୍ୟବସାୟରୁ ଅଧିକ ଧନଲାଭ ହେବେ। ପାରିବାରିକ ସୁଖ ମିଳିବ।
ମୀନ: ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଭଲ ଆୟ ହେବ। ଐଶ୍ବର୍ଯ୍ୟଯୁକ୍ତ ହେବେ। ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି। ଧନ-ସମ୍ପଦ ଭରପୂର ରହିବ।

Comments are closed.