ଗୁରୁବାର ରାଶିଫଳ ( ୦୩-୧୨-୨୦୨୦ )

ମେଷ: ଉଚ୍ଚ ସମ୍ମାନ ଲାଭ କରିପାରନ୍ତି। ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ଦେବ ଦର୍ଶନର ସୁଯୋଗ ଅଛି। ଅଶାନ୍ତିର ମାତ୍ରା ହ୍ରାସ ହେବ। ସରକାରୀ ସ୍ତରରୁ ଲାଭ ଉଠାଇବାକୁ ସକ୍ଷମ ହେବେ।

ବୃଷ: ରାଜପ୍ରାସାଦ ଭଳି ଗୃହସୁଖ ମିଳିବ। ଯାନବାହନ ସୁଖ ମିଳିପାରେ। ନବବସ୍ତ୍ର ପରିଧାନ କରିପାରନ୍ତି। ମୂଲ୍ୟବାନ୍‍ ଧାତୁ ଦ୍ରବ୍ୟ ପ୍ରାପ୍ତିର ସୂଚନା ମିଳୁଛି। ନିଷ୍ଠାପର ହୋଇ କାର୍ଯ୍ୟ କରିବେ। ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି।

ମିଥୁନ: ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁଙ୍କ ସାକ୍ଷାତ୍‍ ମିଳିବ। ଚିନ୍ତାଧାରା ଉନ୍ନତମାନର ହେବ।

କର୍କଟ: କାର୍ଯ୍ୟରେ ଅଗ୍ରଗାମୀ ହେବେ। ଅଯଥା ବିତର୍କରେ ଭାଗ ନ ନେଇ ନିରବଦ୍ରଷ୍ଟା ହୋଇପାରନ୍ତି। ଛଳନାପୂର୍ଣ୍ଣ ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। କର୍ମଚଞ୍ଚଳ ରହିବେ। ସୁଖ ମିଳିବ।

ସିଂହ: ମନ ପ୍ରସନ୍ନ ରହିବ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ବଢ଼ିବ। ସତ୍‍କର୍ମରେ ନିଜକୁ ନିୟୋଜିତ କରିବେ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତ ହେବେ।

କନ୍ୟା: ଘାତଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ। ଶୁଭକାର୍ଯ୍ୟ କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। କରିତ୍‍କର୍ମା ହେବେ।

ତୁଳା: ପରୋପକାରୀ ହୋଇପାରନ୍ତି। କାର୍ଯ୍ୟରେ ସଫଳତା ଲାଭ କରିବେ। ଅଧିକ କ୍ଷମତା ପାଇ ତା’ର ସଦ୍‍ବ୍ୟବହାର କରିପାରନ୍ତି। କୃତୀ ପ୍ରତିଯୋଗୀ ଭାବେ ପୁରସ୍କୃତ ହୋଇପାରନ୍ତି। ଭକ୍ତି ଗାଥା ଶୁଣିବାରେ ଆଗ୍ରହୀ ହେବେ।

ବିଛା: ଜଞ୍ଜାଳରେ ଛନ୍ଦି ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟରୁ ସାମାନ୍ୟ ଲାଭ ମିଳିବ। ଲୋକ ସଂପର୍କ ବୃଦ୍ଧି ପାଇବ। କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିବା କଷ୍ଟସାଧ୍ୟ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ନ କରିବା ଭଲ।

ଧନୁ: ସୁଖ ସନ୍ତୋଷ ଲାଭ କରିପାରନ୍ତି। ବହୁ ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିବାରେ ସିଦ୍ଧହସ୍ତ ହେବେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ସୁ ଖାଦ୍ୟ ମିଳିବ। ଆନନ୍ଦ ଉପଭୋଗ କରିବେ।

ମକର: କଳେ, ବଳେ, କୌଶଳେ କାର୍ଯ୍ୟ ହାସଲ କରିପାରନ୍ତି। ବନ୍ଧୁ ସହାୟତା ମିଳିବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ପାଇ ଖୁସି ହେବେ। ଶୁଭକାର୍ଯ୍ୟ କରିପାରନ୍ତି। ଋଣ ପରିଶୋଧ କରିବାରେ ସକ୍ଷମ ହେବେ।

କୁମ୍ଭ: ଦେବଦେବୀ ଦର୍ଶନ ଶୁଭଦାୟକ ହେବ। ଶ୍ରମର ମୂଲ୍ୟାଙ୍କନ ହେବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। କର୍ମ କୁଶଳତା ଆପଣଙ୍କୁ ମହାନ୍‍ କରି ଗଢ଼ି ତୋଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ସନ୍‌ମାର୍ଗୀ ହେବେ।

ମୀନ: ସମ୍ମାନିତ ହୋଇପାରନ୍ତି। ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ୱାସ୍ଥ୍ୟ ଅତୁଟ ରହିବ। ଶୁଭକାର୍ଯ୍ୟ ପାଇଁ ପ୍ରସ୍ତୁତି ପର୍ବ ଶେଷ ହେବ। ଅସାଧ୍ୟ ସାଧନ କରିପାରନ୍ତି।

Comments are closed.