www.samajalive.in
Saturday, December 6, 2025
23.1 C
Bhubaneswar

ଗୁରୁବାର ରାଶିଫଳ – ୨୫.୦୩.୨୦୨୧

ମେଷ: ଉଦାର ସ୍ୱଭାବର ହୋଇପାରନ୍ତି। ଦାନ ପୁଣ୍ୟକୁ ସାଦରେ ଆଦରି ନେଇ ପାରନ୍ତି। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିରୁ ଲାଭବାନ୍‍ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ। ଯାନବାହନ ସୁଖ ମିଳିବ।
ବୃଷ: ମନ ପ୍ରସନ୍ନ ରହିବ। ଆସ୍ତିକ ହୋଇପାରନ୍ତି। ଭାଷା ମଧୁର ହେବ। ଥଣ୍ଡା, କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍‍ ହେବେ।
ମିଥୁନ: ପରମ ଭାଗ୍ୟଶାଳୀ ହେବ। ବ୍ୟକ୍ତିତ୍ୱ ଅଧିକ ବିକଶିତ ହେବ। ମଧୁରଭାଷୀ, ସହନଶୀଳ ଓ ଶାନ୍ତି ପ୍ରିୟ ହେବେ। ବିଦ୍ୟାଭ୍ୟାସୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରମାନଙ୍କଠାରୁ ସାହାଯ୍ୟ ସହାନୁଭୂତି ମିଳିବ। ବ୍ୟବସାୟରୁ ଲାଭ ମିଳିବ।
କର୍କଟ: ଐଶ୍ୱର୍ଯ୍ୟଯୁକ୍ତ ହେବେ। ବ୍ୟବସାୟ ଉଦ୍ୟମ ଫଳପ୍ରଦ ହେବ। ରଣାଙ୍ଗନରେ ସୈନିକମାନେ ବୀରତ୍ୱ ପ୍ରଦର୍ଶନ କରିବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି। ଧନ ସମ୍ପଦ ଭରପୂର ରହିବ। ବିଦ୍ୱାନ୍‍ ଓ ଶାସ୍ତ୍ରଜ୍ଞ ହେବେ।
ସିଂହ: କର୍ମଚଞ୍ଚଳ ରହିବେ। ଥଣ୍ଡା, କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ନିରୋଳା ସ୍ଥାନରେ କିଛି ସମୟ ବିତାଇବାକୁ ଇଚ୍ଛା କରିବେ। ମନଭୁଲା କଥା କହି ପରକୁ ଆପଣାର କରିବାରେ ପାରଙ୍ଗମ ହେବେ। ଅଧିକ ବ୍ୟୟର ସମ୍ମୁଖୀନ ହେବେ।
କନ୍ୟା: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ୱୀ ହେବେ। ସାମାଜିକ ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଧନପ୍ରାପ୍ତ ହୋଇପାରନ୍ତି। ଜ୍ୟୋତିଷ ବିଦ୍ୟାରେ ରୁଚି ରହିବ।
ତୁଳା: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ସରକାରୀ କୃପାପାତ୍ର ହୋଇପାରନ୍ତି। ପରିବାର ପ୍ରତି ସ୍ନେହ ସଦିଚ୍ଛା ରହିବ।
ବିଛା: ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହୋଇପାରନ୍ତି। ଶିଳ୍ପଦ୍ୟୋଗୀ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହୋଇପାରେ।
ଧନୁ: ସ୍ୱାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଦେଖାଦେଇପାରେ। ମିତ୍ରମାନେ ସହଯୋଗରୁ ଅପସରି ଯାଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ଉଚ୍ଚସ୍ଥାନ ଆହୋରଣ ମନା।
ମକର: ବ୍ୟବସାୟ ଲାଭଜନକ ହେବ। ମନରେ ସେବାଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ସୁଭାଷୀ ଓ ଉତ୍ତମ ବିଦ୍ୟାଯୁକ୍ତ ହେବେ। ତେଜୀୟାନ୍‍ ହେବେ। କର୍ମଚଞ୍ଚଳ ରହିବେ। ମୂଲ୍ୟବାନ୍‍ ଦ୍ରବ୍ୟ ଲାଭ କରିପାରନ୍ତି।
କୁମ୍ଭ: ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶକ୍ତିମାନ ଓ ଶତ୍ରୁହନ୍ତା ହେବେ। କର୍ମକ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାଭାଜନ ହେବେ। ବଦାନ୍ୟ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପନ କରିବେ। ଉଚ୍ଚାଭିଳାଷୀ ହେବେ।
ମୀନ: କର୍ମକ୍ଷେତ୍ରରେ ଚଞ୍ଚଳଚେଷ୍ଟିତ ହେବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଧାର୍ମିକ ଓ ତେଜସ୍ୱୀ ହେବେ।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories