www.samajalive.in
Sunday, December 7, 2025
18.1 C
Bhubaneswar

ଗୁରୁବାର ରାଶିଫଳ ( ୧୪-୦୧-୨୦୨୧ )

ମେଷ: ନିଜ ପରିବାରର ଆଦର୍ଶବାଦୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାର୍ଦ ଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ସୁଖ ମିଳିବ।

ବୃଷ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି। ସୁଖୀ ହେବେ। ଧର୍ମାତ୍ମା ଓ ବିଦ୍ୱାନ୍‍ ହେବେ। ସାହସୀ ଓ ସମ୍ପତ୍ତିବାନ୍‍ ହୋଇପାରନ୍ତି।

- Advertisement -

ମିଥୁନ: ଈର୍ଷାଳୁ ସ୍ୱଭାବର ହେବେ। ସ୍ୱାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ବ୍ୟବସାୟରୁ ଲାଭ ମିଳିିବ।

କର୍କଟ: ବାଣିଜ୍ୟ ବେପାର ଲାଭରେ ଚାଲିବ। ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି। ସ୍ୱକର୍ମ ପାଇଁ ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ବିବାହ ସ୍ଥିର ହେବ।

ସିଂହ: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଚକ୍ଷୁରେ ଯନ୍ତ୍ରଣା ଉପୁଜିପାରେ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ବହୁ ଶୁଭଫଳ ମିଳିପାରେ। ଚାକିରିରେ ସୁନାମ ଅର୍ଜନ କରିବେ।

କନ୍ୟା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ମାନସିକ ସ୍ତରରେ ପୀଡ଼ିତ ହୋଇପାରନ୍ତି।

ତୁଳା: ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ବିଛା: ମନପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କ ଠାରୁ ଆଦର, ସମ୍ମାନ ମିଳିପାରେ। ଧାର୍ମିକ ଓ ବନ୍ଧୁପ୍ରେମୀ ହୋଇପାରନ୍ତି।

ଧନୁ: ପରମ ଭାଗ୍ୟଶାଳୀ ହେବେ। ମଧୁରଭାଷୀ ଓ ସହନଶୀଳ ହେବେ। ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରମାନଙ୍କ ଠାରୁ ସହଯୋଗ ମିଳିବ। ବ୍ୟବସାୟରୁ ଅଧିକ ଧନଲାଭର ହୋଇପାରେ। ପରୋପକାରୀ ହେବେ।

ମକର: ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଯବାନମାନେ ରଣକ୍ଷେତ୍ରରେ ପାରଙ୍ଗମ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବ। ବହୁ ସମ୍ପଦର ଅଧିକାରୀ ହେବେ। ଲୋକପ୍ରିୟ ହେବେ। ସାମାଜିକ ସ୍ତରରେ ଗୌରବପ୍ରାପ୍ତ ହେବେ।

କୁମ୍ଭ: କର୍ମଚଞ୍ଚଳ ରହିବେ। ଧର୍ମୀୟ କାର୍ଯ୍ୟରେ ଅଧିକ ଧନବ୍ୟୟ କରିପାରନ୍ତି। ସ୍ନେହପୂର୍ଣ୍ଣ ଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ନୀତିନିଷ୍ଠ ହେବେ। ଯୁଦ୍ଧ ଯାତ୍ରା ପାଇଁ ସମୟ ଅନୁକୂଳ ରହିଛି। କରିତ୍‍କର୍ମା ହେବେ।

ମୀନ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ଓ ଜ୍ୟୋତିର୍ବିଜ୍ଞାନ ପ୍ରତି ରୁଚି ରହିବ। ଗୃହ ଓ ଯାନ ବାହନ ସୁଖ ମିିଳିପାରେ।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories