www.samajalive.in
Saturday, December 13, 2025
21.1 C
Bhubaneswar

ଗୁରୁବାର ରାଶିଫଳ: ଏହି ରାଶିରେ ବ୍ୟବସାୟ ଲାଭଜନକ ହେବ

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ। କର୍ମ କ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ବହୁ ସୁଖକର ଘଟଣା ଘଟିବ। ରୁଚିକର ଭୋଜନ ପାଇ ଆନନ୍ଦ ଉପଭୋଗ କରିବେ। ବାଣିଜ୍ୟ ଲାଭ ଘଟିବ।

ବୃଷ: ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରିପାଇବେ। ଋଣ ପରିଶୋଧ କରିବେ। ଉପୁଜିଥିବା ସମସ୍ୟାଗୁଡ଼ିକର ସୁସମାଧାନ କରିବାରେ ସିଦ୍ଧହସ୍ତ ହେବେ। କାର୍ଯ୍ୟାଳୟର ଉପରିସ୍ଥ କର୍ମଚାରୀଙ୍କ ପ୍ରିୟ ହେବେ।

- Advertisement -

ମିଥୁନ: କାର୍ଯ୍ୟ ବିଳମ୍ବିତ ହେଲେ ବି ନିଜର ଦକ୍ଷତା ପ୍ରତିପାଦନ କରିପାରନ୍ତି। ପୁସ୍ତକ ଅଧ୍ୟୟନରେ ମନୋନିବେଶ କରିପାରନ୍ତି। ବାଣିଜ୍ୟ କାରବାରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ:  କଠିନ ଶ୍ରମ ସ୍ବୀକାର କରି ଲବ୍ଧ ଧନରେ କୁଟୁମ୍ବ ପ୍ରତିପୋଷଣ କରିପାରନ୍ତି। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିଲେ ବି ପର ମୁହୂର୍ତ୍ତରେ ଅବସ୍ଥାର ସୁଧାର ଆସିପାରେ। ଚାରିଚକିଆ ଯାନ କଣିପାରନ୍ତି।

ସିଂହ: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଦେବ ଦର୍ଶନର ସୌଭାଗ୍ୟ ଉଦୟ ହୋଇଛି। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି। କର୍ମକ୍ଷେତ୍ରରେ ଅଗ୍ରଗତି ଘଟିବ। ସର୍ବତ୍ର ବିଜୟୀ ହେବେ।

କନ୍ୟା: କାର୍ଯ୍ୟରେ ସଫଳତା ଲାଭ କରିବେ। ମନରେ ପ୍ରସନ୍ନତା ଦେଖା ଦେବ। ବ୍ୟବସାୟ ଲାଭଜନକ ହେବ। ସୁଖୀ ଓ ସମ୍ମାନିତ ହେବେ। ବିବିଧ ଧନଯୁକ୍ତ ହେବେ। କୀର୍ତ୍ତିମାନ୍‌ ହୋଇପାରନ୍ତି। ପରୋପକାରୀ ହେବେ।

ତୁଳା: ଶ୍ରୀଚନ୍ଦ୍ର ଭୋଗ ହେତୁ ରୋଜଗାର ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ। ନୂଆ ବନ୍ଧୁ ଜୁଟିବେ।

ବିଛା: କାର୍ଯ୍ୟରେ ବିଘ୍ନ ଉପୁଜାଇବାକୁ କେହି ଉଦ୍ୟମ ଚଳାଇ ପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି।

ଧନୁ:  ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ସରକାରୀ ସୂତ୍ରରୁ ଧନ ପ୍ରାପ୍ତିର ସୂଚନା ମିଳୁଛି। ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଲାଭ କରିବେ।

ମକର: ଗୁରୁ କୃପା ଲାଭ କରିପାରନ୍ତି। ମୂଲ୍ୟବାନ୍‌ ଦ୍ରବ୍ୟ କ୍ରୟ କରିପାରନ୍ତି। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଭକ୍ତିଭାବ ସମ୍ପନ୍ନ ହୋଇପାରନ୍ତି। କୀର୍ତ୍ତିମାନ୍‌ ହେବେ। ରାଜକୋଷ ଅର୍ଥ ମିଳିପାରେ।

କୁମ୍ଭ:  କ୍ଷମତାଧାରୀ ହୋଇପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। କାର୍ଯ୍ୟରେ ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ବିରୋଧୀ ନିଜ ଭୁଲ ବୁଝିବେ।

ମୀନ: ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। ଅସୁସ୍ଥତା ଅନୁଭବ କରିପାରନ୍ତି। ଆର୍ଥିକ ସ୍ଥିତିରେ ସଙ୍କଟ ଉପୁଜିପାରେ। ଜଳଯାତ୍ରା ନ କରିବା ଭଲ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଯାନବାହନରେ ସତର୍କ ରହିବେ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories