www.samajalive.in
Monday, December 15, 2025
24.1 C
Bhubaneswar

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର ୮ ଜଣ ଅଭିଯୁକ୍ତଙ୍କର ଟିଆଇ ପରେଡ୍‌ ଶେଷ ହୋଇଛି । ଏନେଇ ଏସଡିଜେଏମ୍ କୋର୍ଟରେ ଆବେଦନ କରିଥିଲା ପୋଲିସ । କୋର୍ଟଙ୍କ ଅର୍ଡର ମିଳିବା ପରେ ଅପରାହ୍ଣରେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଭିଯୁକ୍ତଙ୍କ ଟିଆଇ ପରେଡ୍ କରାଯାଇଛି ।

- Advertisement -

ସାର୍ଫ ସୁଟର କୁରୁପତି ଭୂୟାଁ ଓ ଚିଣ୍ଟୁ ପ୍ରଧାନ, ବିହାରର ଶିଶୁପାଳ ପାସୱାନ ଓ କୁନ୍ଦନ କୁମାର, ଷଡଯନ୍ତ୍ରକାରୀଙ୍କ ମୁଖ୍ୟ ସହଯୋଗୀ ଉମା ବିଷୋୟୀ, ଯୋଗୀ ରାଉତ, ସୀମାଞ୍ଚଳ ନାୟକ ଏବଂ ବିପିନ ସ୍ବାଇଁଙ୍କର ଟିଆଇ ପରେଡ୍ କରିବାକୁ ଅନୁମତି ଦେବାକୁ ମାମଲାର ତଦନ୍ତ ଅଧିକାରୀ ତଥା ବ୍ରହ୍ମପୁର ଟାଉନ ଏସଡିପିଓ ପ୍ରିୟସ ରଞ୍ଜନ ଛୋଟରାୟ ଏସଡିଜେଏମ କୋର୍ଟକୁ ଅନୁମତି ମାଗିଥିଲେ । କୋର୍ଟ ପକ୍ଷରୁ ଅନୁମତି ମିଳିବା ପରେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଭିଯୁକ୍ତଙ୍କର ଟିଆଇ ପରେଡ୍ ହୋଇଛି ।

ଅଭିଯୁକ୍ତଙ୍କର ଟିଆଇ ପରେଡ୍ ସରିବା ପରେ ମାଜିଷ୍ଟ୍ରେଟ୍, ପୋଲିସ ଓ ସାକ୍ଷୀ ଜେଲରୁ ବାହାରିଛନ୍ତି । ପୀତବାସ ପଣ୍ଡା ହତ୍ୟା ମାମଲାରେ ମୋଟ୍ ୧୬ ଅଭିଯୁକ୍ତ ଗିରଫ ହୋଇଛନ୍ତି ।

ଅକ୍ଟୋବର ୬ ତାରିଖ ରାତିରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ଏହି ଷଡ଼ଯନ୍ତ୍ରରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଓ ପୂର୍ବତନ ମେୟର ଶିବ ଶଙ୍କର ଦାଶ (ପିଣ୍ଟୁ)ଙ୍କ ସମେତ ୧୬ ଜଣଙ୍କୁ ପୋଲିସ ଗିରଫ କରିଛି । ହତ୍ୟାକାଣ୍ଡ ପଛରେ ରାଜନୈତିକ, ବ୍ୟବସାୟିକ ଓ ବ୍ୟକ୍ତିଗତ ଶତ୍ରୁତା ରହିଥିବା ଏସପି ଡା. ସର୍ବଣା ବିବେକ ଏମ୍. ସୂଚନା ଦେଇଛନ୍ତି ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories