www.samajalive.in
Saturday, December 6, 2025
23.1 C
Bhubaneswar

ସାତକୋଶିଆରେ ପୁଣି ଆରମ୍ଭ ହେବ ବ୍ୟାଘ୍ର ପ୍ରକଳ୍ପ: ମହାରାଷ୍ଟ୍ରରୁ ଅଣାଯିବ ୧୪ ବାଘ

ଭୁବନେଶ୍ବର : ସାତକୋଶିଆରେ ଅଭୟାରଣ୍ୟରେ ବାଘ ବଂଶ ବୃଦ୍ଧି ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ପୂର୍ବ ଥର ଏଥିରେ ବିଫଳ ହୋଇଥିଲେ ବି ଏଥର ବନ ବିଭାଗ ତରଫରୁ ୫ ବର୍ଷିଆ ଯୋଜନା କରାଯିବ। ଏଥିପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏଟିସିଏ) ଅନୁମୋଦନ ଦେଇଥିବା ପିସିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି। ପାଞ୍ଚବର୍ଷରେ ପର୍ଯ୍ୟାୟ କ୍ରମେ ପ୍ରାୟ ୧୪ଟି ବାଘ ଅଣାଯିବ। ମହାରାଷ୍ଟ୍ର ତଡବା ଜଙ୍ଗଲରେ ବାଘଙ୍କ ଅାନୁବଂଶିକ ଗୁଣାବଳୀ ଓଡ଼ିଶାର ବାଘଙ୍କ ସହ ସାମଞ୍ଜସ୍ୟ ଥିବାରୁ ସେଠାରୁ ବାଘ ଆସିବେ। ଏହି ବ୍ୟାଘ୍ର ପ୍ରକଳ୍ପ ପାଇଁ ଏନଟିସିଏ ଅନେକଗୁଡ଼ିଏ ସର୍ତ୍ତ ରଖିଛି। ସବୁ ସର୍ତ୍ତ ମାନି ବ୍ୟାଘ୍ର ପ୍ରକଳ୍ପ କାର୍ଯ୍ୟକାରୀ ହେବ ବୋଲି ପିସିସିଏଫ୍ ଶ୍ରୀ ନନ୍ଦ କହିଛନ୍ତି। ସ୍ଥାନୀୟ ବାସିନ୍ଦା ଓ ଜନ ପ୍ରତିନିଧିଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରାଯିବ। କୋର ଏରିଆରୁ ସମସ୍ତ ଜନବସତି ଖାଲି କରାଯାଇଛି। ବଫର ଏରିଆରୁ ୬ଟି ଗାଁ ଖାଲି ହୋଇଥିବାବେଳେ ଆଉ କିଛି ଗାଁ ଖାଲି କରାଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୨୦୦୪ ମସିହା ବେଳକୁ ସାତକୋଶିଆରେ ୧୮ଟି ମହାବଳ ଓ ୩୨ଟି କଲରାପତରିଆ ବାଘ ଥିବା ଗଣନାରୁ ଜଣାପଡ଼ିଥିଲା। କିନ୍ତୁ ପରେ ବାଘବଂଶ ଲୋପ ପାଇବାରେ ଲାଗିଥିଲା। ସେଠାରେ ବାଘ ବଂଶ ବୃଦ୍ଧି ପାଇଁ ୨୦୧୮ରେ ରାଜ୍ୟ ସରକାର ମଧ୍ୟପ୍ରଦେଶରରୁ ଦୁଇଟି ବାଘ ଆଣିଥିଲେ। ତେବେ ଶିକାରୀ ଫାସରେ ମହାବଳ ବାଘ ମହାବୀରର ମୃତ୍ୟୁ ହୋଇଥିଲା। ସେହିପରି ବାଘୁଣୀ ସୁନ୍ଦରୀ ମଣିଷ ମାରିବା ଯୋଗୁଁ ଅନେକ ଦିନ ବନ୍ଦୀ ଜୀବନ କାଟିବା ପରେ ମଧ୍ୟପ୍ରଦେଶକୁ ଫେରିଯାଇଥିଲା। ସେବେଠାରୁ ବ୍ୟାଘ୍ର ପ୍ରକଳ୍ପ ବନ୍ଦ ପଡ଼ିଥିଲା।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories