www.samajalive.in
Sunday, December 7, 2025
14.1 C
Bhubaneswar

ବାଘ ଛାଲ ଜବତ, ୩ ବେପାରୀ ଅଟକ

ବାଙ୍ଗିରିପୋଷି :  ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ କଲରାପତରିଆ ବାଘ ଚମଡ଼ା ଜବତ ସହ ୩ ଅଟକ , ଅନ୍ୟ ଜଣେ ଫେରାର। ବନ ବିଭାଗ କୌଣସି ସୂତ୍ରରୁ ବାଘ ଛାଲ ବିକ୍ରି ହେଉଥିବାର ଖବର ପାଇ ବାଲିଖଣି ଗାଁ ରେ ଚଢ଼ାଉ କରିଥିଲେ।  ୪ ଜଣ ବ୍ୟବସାୟୀ ଦୁଇଟି ବାଇକରେ ଜଙ୍ଗଲରୁ ବାଘଛାଲ ନେଇ ବିକ୍ରି କରିବା ପାଇଁ ଯାଉଥିବାବେଳେ ବନ ବିଭାଗ ଅତର୍କିତ ଭାବେ ଚଢ଼ାଉ କରିଥିଲା । ଏବଂ ୩ ଜଣ ବ୍ୟକ୍ତିଙ୍କୁ ଗିରଫ କରିଥିଲା। କିନ୍ତୁ ଅନ୍ୟ ଜଣେ ଫେରାର ହୋଇଯାଇଥିଲେ। ଗିରଫ ବ୍ୟକ୍ତି ମାନଙ୍କ ଠାରୁ ଗୋଟିଏ କଲରାପତରିଆ ବାଘ ଛାଲ ଜବତ କରାଯାଇଛି। ତେବେ ଏହି ବାଘକୁ କେଉଁଠି ଶିକାର କରା ଯାଇଛି ଏବଂ ଏଥିରେ ଅନ୍ୟ କେଉଁ ମାନଙ୍କର ସମ୍ପୃକ୍ତି ରହିଛି,  ସେ ନେଇ ଉଚ୍ଚ ଅଧିକାରୀ ତଦନ୍ତ କରୁଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories