ତିଗିରିଆ : ଆଠଗଡ଼ ବନାଞ୍ଚଳ ଅନ୍ତର୍ଗତ ତିଗିରିଆ ବ୍ଲକ ପୁରୁଣା ତିଗିରିଆ ପଞ୍ଚାୟତରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି। ଉକ୍ତ ପଞ୍ଚାୟତର ଚଷାଆଁରଝ ଗ୍ରାମର ନଳିନୀ ସ୍ବାଇଁ (୩୭) ଶନିବାର ଭୋର ସମୟରେ ଗ୍ରାମ ପୋଖରୀକୁ ଗାଧୋଇବାକୁ ଯାଉଥିବା ସମୟରେ ଦନ୍ତା ହାତୀ ତାଙ୍କୁ ଆକ୍ରମଣ କରି ଟେକି କଚାଡି ଦେଇଥିଲା । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ତିଗିରିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏ ସମ୍ପର୍କରେ ଖବର ପାଇ ତିଗିରିଆ ପୁଲିସ, ବନ ବିଭାଗ କର୍ମଚାରୀ ଡାକ୍ତର ଖାନାରେ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଆଠଗଡ଼ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।
Popular Categories



